ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳେ

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୭୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୬,୯୩୪ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୩୯କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୪୭,୪୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୨୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସେୟାର କରନ୍ତୁ

Next Post

ପ୍ରକାଶ ପାଇଲା UPSCର ସିଭିଲ ସର୍ଭିସ ପରୀକ୍ଷା ଫଳ...

Tue May 23 , 2023
ବାସ୍ତବ ବ୍ୟୁରୋ: ଆଜି କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଟପ୍-୪ରେ ୪ଜଣ ଯୁବତୀ ଥିବା ଦେଖାଯାଇଛି। ଈଶିତା କିଶୋର ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ୍ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି। ଅନ୍ତିମ […]

You May Like

Pin It on Pinterest