୫୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ବାସ୍ତବ ବ୍ୟୁରୋ: ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୮,୪୨୬ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୫୪କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୦,୪୦୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬,୧୬୮କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସେୟାର କରନ୍ତୁ

Next Post

ବିଶ୍ୱର ସବୁଠାରୁ ଦୁଃଖୀ ଦେଶ ଜିମ୍ବାୱେ...

Thu May 25 , 2023
ବାସ୍ତବ ବ୍ୟୁରୋ: ପ୍ରଖ୍ୟାତ ଅର୍ଥନୀତିଜ୍ଞ ଷ୍ଟିଭ ହାଙ୍କେ ବିଭିନ୍ନ ଦେଶର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ତାଙ୍କ ବାର୍ଷିକ ରିପୋର୍ଟ Annual Misery Index (HAMI)ରେ ଆଫ୍ରିକୀୟ ଦେଶ ଜିମ୍ବାୱେ ବିଶ୍ୱର ସବୁଠାରୁ ଦୁଃଖୀ ଦେଶ ବୋଲି ଉଲ୍ଲେଖ କରିଛନ୍ତି। ଏଠାରେ ଲୋକମାନେ ଅତ୍ୟନ୍ତ କଷ୍ଟରେ ରହୁଛନ୍ତି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ଜିମ୍ବାୱେ ଦୁଃଖୀ ତାଲିକାରେ ଯୁଦ୍ଧଗ୍ରସ୍ତ ଦେଶ ୟୁକ୍ରେନ, ସିରିୟା ଓ ସୁଦାନକୁ ମଧ୍ୟ ଅତିକ୍ରମ […]

You May Like

Pin It on Pinterest