ଚନ୍ଦ୍ରଯାନ-୩ର ସଫଳ ଉତକ୍ଷେପଣ

ବାସ୍ତବ ବ୍ୟୁରୋ: ଇସ୍ରୋର ବହୁ ପ୍ରତୀକ୍ଷିତ ମୁନ୍ ମିଶନ ଚନ୍ଦ୍ରଯାନ-୩ର ଉତକ୍ଷେପଣ ସଫଳ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ରକେଟର ଉତକ୍ଷେପଣ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ ୨ଟା ୩୫ରେ LVM3-M4 ରକେଟ୍ ଯୋଗେ ଉଡାଣ ଭରିଛି ଚନ୍ଦ୍ରଯାନ-୩।

ଇସ୍ରୋ ସୂଚନା ମୁତାବକ, ଉତକ୍ଷେପଣର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ସଫଳ ହୋଇଛି। ଭୂପୃଷ୍ଠ ଛାଡିବାର ୧୬ ମିନିଟ ପରେ ୧୮୦ କିଲୋମିଟର ଉଚ୍ଚତାରେ ନିର୍ଦ୍ଧାରିତ କକ୍ଷପଥରେ ଅବସ୍ଥାପିତ ହୋଇଛି। ଆସନ୍ତା ଅଗଷ୍ଟ ୨୩ କିମ୍ବା ୨୪ରେ ବିକ୍ରମ ଲ୍ୟାଣ୍ଡରର ସଫ୍ଟ ଲ୍ଯାଣ୍ଡିଂ ହେବ, ଯାହା ଉପରେ ପୁରା ବିଶ୍ୱର ନଜର। ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଲ୍ୟାଣ୍ଡିଂ ପାଇଁ ସ୍ଥାନ ଚୟନ କରିଛି ଇସ୍ରୋ। ଅବତରଣ ସଫଳ ହେଲେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ଭାବେ ପରିଗଣିତ ହେବ।

ଏଥିସହ ପରୀକ୍ଷଣ ସଫଳ ହେଲେ ଭାରତକୁ ଭବିଷ୍ୟତରେ ସୌର ମଣ୍ଡଳ ବାହାରେ ଗ୍ରହ ଖୋଜିବା ଏବଂ ସେଠାରେ ଜୀବ ସତ୍ତା ଜାଣିବା ସହଜ ହୋଇଯିବ। LVM3-M4 ରକେଟ୍ ଯୋଗେ ଚନ୍ଦ୍ରପୃଷ୍ଠକୁ ବିକ୍ରମ ଲ୍ୟାଣ୍ଡର ଏବଂ ରୋଭର ପ୍ରଜ୍ଞାନ ପ୍ରେରଣ କରାଯାଇଛି । ବିକ୍ରମ ଲ୍ୟାଣ୍ଡରରେ ଥିବା ଚାରୋଟି ପେ-ଲୋଡ୍ ପୃଥିବୀ ଏବଂ ଚନ୍ଦ୍ର ମଧ୍ୟରେ ସଠିକ୍ ଦୂରତା ଚିହ୍ନଟ କରିବ, ଚନ୍ଦ୍ରପୃଷ୍ଠ କିପରି ଉତ୍ତାପକୁ ପ୍ରବାହିତ କରେ ସେ ବାବଦରେ ସୂଚନା ଦେବ। ପ୍ରଜ୍ଞାନ ରୋଭରରେ ଲାଗିଥିବା ଏକ୍ସ-ରେ ଏବଂ ଲେଜର୍ ଚନ୍ଦ୍ରପୃଷ୍ଠର କମ୍ପୋଜିସନ ବାବଦରେ ତଥ୍ୟ ପଠାଇବ।

ସେୟାର କରନ୍ତୁ

Next Post

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ

Fri Jul 14 , 2023
ବାସ୍ତବ ବ୍ୟୁରୋ: ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି । ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି । […]

You May Like

Pin It on Pinterest