ବନ୍ଦେ ଭାରତ ଏକ୍ସପ୍ରେସରେ ଲାଗିଲା ନିଆଁ…

ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶର ଭୋପାଲରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସର ଏକ କୋଚ୍‌ର ବ୍ୟାଟେରୀ ବକ୍ସରେ ସୋମବାର ସକାଳେ ନିଆଁ ଲାଗିଯାଇଥିଲା। ତେବେ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। କାହାରି କିଛି ହୋଇନାହିଁ।

ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍‌ର ୧୪ ନମ୍ବର କୋଚ୍‌ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥି‌ଲା। ଅଗ୍ନିଶମ କର୍ମଚାରୀ ଆସି ପହଞ୍ଚି କାର୍ଯ୍ୟ ଆରମ୍ଭ କରିବା ପରେ ନିଆଁକୁ ଆୟତ୍ତ କରିଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହର କରାଯାଇଛି ବୋଲି ଭାରତୀୟ ରେଳ ପକ୍ଷରୁ ସୂଚନା ଦିଆଯାଇଛି।

ସେ ସମୟର ଏକ ଭିଡିଓ ଏବେ ଭାଇରାଲ୍‌ ହୋଇଛି। ଭିଡିଓରେ ଟ୍ରେନ୍‌ଟିର ଗୋଟାଏ କୋଚ୍‌ରେ ନିଆଁ ଲାଗିଥିବାର ସ୍ପଷ୍ଟ ଦେଖିବାକୁ ମିଳିଛି। ଏହି ଅଗ୍ନିକାଣ୍ଡରେ କୌଣସି ଯାତ୍ରୀଙ୍କର କିଛି କ୍ଷତ ଘଟିନାହିଁ। ତେବେ ଖୁବ୍ ଶୀଘ୍ର ଟ୍ରେନ୍‌ଟି ଧାରଣାରେ ଗଡ଼ିବା ଆରମ୍ଭ କରିବ ବୋଲି ସୂଚନା ରହିଛି।

ସେୟାର କରନ୍ତୁ

Next Post

ୟୁନିଟ୍ ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଚାଲିବ ରମା ଦେବୀ ଜୁନିଅର କଲେଜ୍; ଧାରଣାରେ ବସିଲେ ୟୁନିଟ୍ ୯ ବାଳିକା ବିଦ୍ୟାଳୟର ଛାତ୍ରୀ ଓ ଅଭିଭାବକ

Mon Jul 17 , 2023
ବାସ୍ତବ ବ୍ୟୁରୋ: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ରମାଦେବୀ ଜୁନିୟର କଲେଜକୁ ଭୁବନେଶ୍ୱରର ୟୁନିଟ ୯ ବାଳିକା ସ୍କୁଲକୁ ଉଠିଯିବ ବୋଲି ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର ନିର୍ଦ୍ଦେଶକ। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ବିଭାଗ ସ୍ଥାନାନ୍ତର ହେବ । ୟୁନିଟ ୯ ବାଳିକା ସ୍କୁଲରେ ଲାବୋରୋଟୋରୀ ନଥିବାରୁ ଥିବାରୁ ବିଜ୍ଞାନ […]

You May Like

Pin It on Pinterest