ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ: ପ୍ରଧାନମନ୍ତ୍ରୀ ମୋଦି

ବାସ୍ତବ ବ୍ୟୁରୋ: ଚନ୍ଦ୍ରଯାନ -୩ ର ସଫଳତା ଅବସରରେ ବେଙ୍ଗଳୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି କି ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ। ତା ସହିତ ଯେଉଁଠି ଚନ୍ଦ୍ରଯାନ ୩ ଅବତରଣ କରିଛି, ଚନ୍ଦ୍ରର ସେହି ସ୍ଥାନକୁ ଶିବଶକ୍ତି ଏବଂ ଯେଉଁଠି ଚନ୍ଦ୍ରୟାନ ୨ ଅବତରଣ କରିଥିଲା, ତାର ନାଁ ତ୍ରିରଙ୍ଗା ରଖିଛନ୍ତି ମୋଦି।

ଗତ ୨୩ରେ ଚନ୍ଦ୍ରଯାନ ୩ ଯେତେବେଳେ ସଫଳତାର ସହିତ ଲାଣ୍ଡିଂ କରିଥିଲା, ସେତେବେଳେ ଭାରତରେ ନ ଥିଲେ ମୋଦି। ବ୍ରିକସ୍ ସମ୍ମିଳନୀରେ ଯୋଗ ଦେବାକୁ ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗରେ ଥିଲେ। ସେଠାରୁ ଗ୍ରୀସ୍ ଯାଇ ଆଜି ସକାଳେ ସିଧା ବାଙ୍ଗାଲୁରୁକୁ ଯାଇ ଇସ୍ରୋର ବୈଜ୍ଞାନିକଙ୍କୁ ଭେଟିଛନ୍ତି ଏବଂ ଅଭିନନ୍ଦନ ଜଣାଇଛନ୍ତି। ସମସ୍ତ ବୈଜ୍ଞାନିକଙ୍କୁ ସେ ପ୍ରଶଂସା କରିଛନ୍ତି।

ମହିଳା ବୈଜ୍ଞାନିକମାନଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ସେମାନଙ୍କୁ ମୋଦି ପ୍ରଶଂସା କରିଛନ୍ତି। କହିଛନ୍ତି, ଜନକଲ୍ୟାଣ ହେଉଛି ଆମର ସର୍ବୋଚ୍ଚ ପ୍ରାଥମିକତା। ଚନ୍ଦ୍ରଯାନ ୩ର ସଫଳତା ଯୁଗ ଯୁଗକୁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ। ବୈଜ୍ଞାନିକଙ୍କ ସଫଳତା ସାରା ଦେଶକୁ ଗର୍ବିତ କରିଛି।

ସେୟାର କରନ୍ତୁ

Next Post

ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ, ୮ ମୃତ

Sun Aug 27 , 2023
ବାସ୍ତବ ବ୍ୟୁରୋ: ଆଜି ସକାଳେ ପଶ୍ଚିମବଙ୍ଗ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗୋଦାମର ଛାତ ଉଡିଯାଇଛି। ଏହି ସମୟରେ ଫ୍ୟାକ୍ଟ୍ରିରେ ଅନେକ କର୍ମଚାରୀ ଥିଲେ। କିଛି କର୍ମଚାରୀ ଫସି ରହିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ଉତ୍ତର ୨୪ ପ୍ରଗଣା ଦତ୍ତପୁକୁର ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା। […]

You May Like

Pin It on Pinterest