ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ, ୮ ମୃତ

ବାସ୍ତବ ବ୍ୟୁରୋ: ଆଜି ସକାଳେ ପଶ୍ଚିମବଙ୍ଗ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗୋଦାମର ଛାତ ଉଡିଯାଇଛି। ଏହି ସମୟରେ ଫ୍ୟାକ୍ଟ୍ରିରେ ଅନେକ କର୍ମଚାରୀ ଥିଲେ। କିଛି କର୍ମଚାରୀ ଫସି ରହିଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ଉତ୍ତର ୨୪ ପ୍ରଗଣା ଦତ୍ତପୁକୁର ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା। କାରଖାନାର ଛାତ ଉଡିଯିବାରୁ ଅନୁମାନ କରାଯାଉଛି ବିସ୍ଫୋରଣ କେତେ ଭୟଙ୍କର ଥିଲା। ଖବର ପାଇ ଉଦ୍ଧାରକାରୀ ଟିମ୍ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେପଟେ, ଟିଏମସି ନେତାଙ୍କ ସହାୟତାରେ ଏହି ବେଆଇନ ବାଣ କାରଖାନା ଚାଲିଛି ଏବଂ ଏଥିପାଇଁ ପୁଲିସକୁ ମଧ୍ୟ ଟଙ୍କା ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଏପରି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଅନ୍ୟ ଏକ ବାଣ କାରଖାନାକୁ ନଷ୍ଟ କରି ଦେଇଥିବା ସୂଚନା ମିଳିଛି ।

ସେୟାର କରନ୍ତୁ

Next Post

ଚଳିତ ମାସ ୩୧ରୁ କଳାହାଣ୍ଡିର ଉତ୍‌କେଲାକୁ ଉଡ଼ିବ ବିମାନ

Sun Aug 27 , 2023
ବାସ୍ତବ ବ୍ୟୁରୋ: କଳାହାଣ୍ଡି ଜିଲାର ଉତ୍‌କେଲାକୁ ଚଳିତ ମାସ ୩୧ ତାରିଖରୁ ଆରମ୍ଭ ହେବ ବିମାନ ଚଳାଚଳ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ସେହିପରି କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ମଧ୍ୟ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉପସ୍ଥିତ ରହି ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ସେହି ଦିନ ସକାଳ ୧୦ଟା ୩୫ରେ ବିମାନଟି ଭୁବନେଶ୍ୱରରୁ ଉତ୍‌କେଲା ଅଭିମୁଖେ ଯାତ୍ରା କରିବ। ଉତ୍‌କେଲା ହେବ […]

You May Like

Pin It on Pinterest