ଜାନୁଆରୀ ୨୨ରେ ଉଦଘାଟନ ହେବ ରାମ ମନ୍ଦିର

ବାସ୍ତବ ବ୍ୟୁରୋ: ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ଭବ୍ୟ ରାମନ୍ଦିରର ଉଦଘାଟନ ଆସନ୍ତା ବର୍ଷ ଜାନୁଆରୀ ୨୨ରେ ହେବ। ଉଦଘାଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଜାନୁଆରୀ ୨୨ ତାରିଖ ଦିନ ୧୨.୩୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଆଜି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସଦସ୍ୟମାନେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ମନ୍ଦିରର ପ୍ରାଣ ପ୍ରତିଷ୍ଠାନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହାକୁ ଗ୍ରହଣ କରି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସୋଶାଲ ମିଡିଆ ଆକାଉଣ୍ଟ ଏକ୍ସରେ କହିଛନ୍ତି ଯେ “ଜୟ ଶିୟାରାମ। ଆଜିର ଦିନ ଅନେକ ଭାବନରେ ପୂରି ଯାଇଛି। ଏବେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପଦାଧିକାରୀମାନେ ମୋତେ ଭେଟିବା ପାଇଁ ମୋ ବାସଭବନକୁ ଆସିଥିଲେ। ସେମାନେ ମୋତେ ଶ୍ରୀରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଆଯୋଧ୍ୟା ଆସିବାକୁ ନିମନ୍ତ୍ରଣ କରିଛନ୍ତି। ମୁଁ ନିଜକୁ ବହୁତ ଧନ୍ୟ ମନେ କରୁଛି। ମୋ ଜୀବନକାଳ ମଧ୍ୟରେ ମୁଁ ଏପରି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ବନିବାକୁ ଯାଉଥିବାରୁ ନିଜକୁ ସୌଭାଗ୍ୟ ମନେ କରୁଛି।”

ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ଯେ ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ମୋଦି ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ଭଗବାନ ଶ୍ରୀରାମ ଲଲାଙ୍କ ବିଗ୍ରହର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ କରିବେ।

ସେୟାର କରନ୍ତୁ

Next Post

 ଉପରମୁହାଁ ପିଆଜ ଦର...

Fri Oct 27 , 2023
ବାସ୍ତବ ବ୍ୟୁରୋ: ଉପରମୁହାଁ ପିଆଜ ଦର। ମାସକ ଭିତରେ ହେଲାଣି ଡବଲ । ପିଆଜ କିଲୋ ପିଛା ମାସେ ତଳେ ୨୫ ଟଙ୍କା ଥିବା ବେଳେ ଏବେ ତାହା ଡବଲ ହୋଇ ୫୦ ଟଙ୍କାରେ ପହଞ୍ଚିଲାଣି । କିଛି ସ୍ଥାନରେ ବ୍ୟବସାୟୀ ପିଆଜ କିଲୋ ପିଛା ୬୦ ଟଙ୍କାରେ ବିକୁଛନ୍ତି । ନାସିକରେ ପିଆଜ ମହଙ୍ଗା କାରଣରୁ ଓଡ଼ିଶାରେ ଏହାର ପ୍ରଭାବ ପଡ଼ୁଥିବା ଶୁଣିବାକୁ ମିଳିଛି। ଏବେ ସବୁ ପରିବା […]

You May Like

Pin It on Pinterest