ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତରପ୍ରଦେଶ ପାଇଁ ପ୍ରଭାରୀ ନିଯୁକ୍ତ କଲା ଦଳ 

ବାସ୍ତବ ବ୍ୟୁରୋ: ଲୋକସଭା ନିର୍ବାଚନ ପୂର୍ବରୁ ୨୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଦାୟିତ୍ୱ ବରିଷ୍ଠ ନେତାଙ୍କୁ ଦେଇଛି ପଦ୍ମଦଳ । ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ।

ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ଏବେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦେଶର ସର୍ବବୃହତ୍ତ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ଉତ୍ତର ପ୍ରଦେଶ ଦାୟିତ୍ୱ ମିଳିଛି।  

ସେହିପରି, କେରଳ ପ୍ରଭାରୀ ଭାବେ ପ୍ରକାଶ ଜାଭେଦକରଙ୍କୁ ନିଯୁକ୍ତ କରାଯାଇ ଥିବାବେଳେ ପଞ୍ଜାବରେ ବିଜୟ ରୂପାଣୀ ଓ ନରିନ୍ଦର ସିଂହଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି। ତାମିଲନାଡୁର ଅରବିନ୍ଦ ମେନନ ଓ ସୁଧାକର ରେଡ୍ଡୀ, ପଶ୍ଚିମବଙ୍ଗର ମଙ୍ଗଲ ପାଣ୍ଡେ, ଅମିତ ମାଲବ୍ୟ ଏବଂ ଆଶା ଲକଡ଼ାଙ୍କୁ ପ୍ରଭାରୀ କରାଯାଇଛି।

ସେୟାର କରନ୍ତୁ

Next Post

ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତୀଶ କୁମାର

Sun Jan 28 , 2024
ବାସ୍ତବ ବ୍ୟୁରୋ : ୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ନୀତୀଶଙ୍କ ଏହି ଶପଥ ଗ୍ରହଣ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ […]

You May Like

Pin It on Pinterest