ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ; ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା

ବାସ୍ତବ ବ୍ୟୁରୋ: ଆଜି ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଆତିଶୀ, ସୌରଭ ଭରଦ୍ୱାଜ ଓ ଗୋପାଳ ରାୟ ପ୍ରମୁଖ ଉପସ୍ଥିତ ରହିଥିଲେ।

ସେପଟେ କେଜ୍ରିୱାଲ ଇସ୍ତଫା ଦେବାପରେ ଦିଲ୍ଲୀ ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା। ଆତିଶୀ ମାର୍ଲେନା ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛି। କେଜ୍ରିୱାଲ ଜେଲରେ ଥିବାବେଳେ ସ୍ୱାଧୀନତା ଦିବସ ଅବସରରେ ତାଙ୍କ ସ୍ଥାନରେ ଆତିଶୀଙ୍କୁ ପତାକା ଉତ୍ତୋଳନ କରିବାକୁ କହିଥିଲେ। ତେଣୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ କେଜ୍ରିୱାଲ ଆତିଶୀଙ୍କୁ ସୁପାରିଶ କରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇ ଯାଇଥିଲା। ସେପ୍ଟେମ୍ବର ୨୬-୨୭ରେ ବସିବାକୁ ଥିବା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

ସୂଚନାନୁଯାୟୀ, ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଫେବ୍ରୁଆରୀରେ ଗିରଫ ହୋଇଥିଲେ ଅରବିନ୍ଦ କେଜ୍ରିୱାଲ। ସେପ୍ଟେମ୍ବର ୧୩ରେ ତାଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଥିଲା। ଏହା ପରଦିନ ସେ ଏକ ସମାବେଶକୁ ସମ୍ବୋଧିତ କରି ଇସ୍ତଫା ଦେବା ନେଇ ଘୋଷଣା କରିଥିଲେ। ପରବର୍ତ୍ତୀ ନିର୍ବାଚନ ନ ହେବା ପର୍ଯ୍ୟନ୍ତ ସେ ମୁଖ୍ୟମନ୍ତ୍ରୀ ଆସନରେ ବସିବେ ନାହିଁ ବୋଲି କହିଥିଲେ।

ସେୟାର କରନ୍ତୁ

Next Post

୭୪ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Tue Sep 17 , 2024
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୪ତମ ଜନ୍ମଦିନ। ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇପାରିଛନ୍ତି ମୋଦି। ୨୦୧୪ ମେ ୨୬ ତାରିଖରେ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚାରିଆଡୁ ମିଳିଛି […]

You May Like

Pin It on Pinterest