ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୪ତମ ଜନ୍ମଦିନ। ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି।
ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇପାରିଛନ୍ତି ମୋଦି। ୨୦୧୪ ମେ ୨୬ ତାରିଖରେ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋଦି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚାରିଆଡୁ ମିଳିଛି ଜନ୍ମଦିନର ଶୁଭେଚ୍ଛା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ମୋଦିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ।
ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନିଜ ସୋଶାଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶାବାସୀ ଆପଣଙ୍କ ଜନ୍ମଦିନରେ ଯୋଗ ଦେଉଥିବା ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। “ଆପଣଙ୍କ ନେତୃତ୍ୱରେ ଜାତି ଏକ ବିକଶିତ ଭାରତ ଆଡ଼କୁ ଗତି କରୁଛି । ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଏକ ଫ୍ଲାଗସିପ୍ ସ୍କିମ୍ “SUBHADRA” ର ଶୁଭାରମ୍ଭ ପାଇଁ ଓଡିଶାର ଭଉଣୀମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ।”