ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ…

ବାସ୍ତବ ବ୍ୟୁରୋ: ଗୁଜରାଟର ଦନ୍ତା ନିକଟସ୍ତ ତ୍ରିଶୁଳିଆ ନିକଟରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ପଡ଼ିବା ଫଳରେ ଚାରି ଜଣଙ୍କ ମୃତ୍ୟୁ ଘଟିଛି । ଏଥିସହ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। 

ସୂଚନାନୁଯାୟୀ, ଏକ ଘରୋଇ ବସ୍ ବଣାସକଣ୍ଠ ଅଞ୍ଚଳର କିଛି ଯାତ୍ରୀଙ୍କୁ ନେଇ ଅମ୍ବାଜୀ ମନ୍ଦିର ପରିଦର୍ଶନ ପାଇଁ ଯାଉଥିଲେ। ମାତ୍ର ଦନ୍ତା ନିକଟରେ ବସଟି ଓଲଟି ପଡ଼ିଥିଲା। ଦୁର୍ଘଟଣା ଘଟିଥିବା ରାସ୍ତା ଘାଟି ଅଞ୍ଚଳର। ମାତ୍ର ବସଟି ଘାଟିକୁ ନ ପଡ଼ିବାରୁ ଯାତ୍ରୀମାନେ ଏକ ବଡ଼ ବିପଦରୁ ରକ୍ଷା ପାଇଯାଇଛନ୍ତି। ନହେଲ ଏକ ଭୟଙ୍କର ଦୁର୍ଘଟଣାର ସାମ୍ନା କରିବାକୁ ପଡ଼ିଥାନ୍ତା ।

ଅଧିକାରୀମାନେ କହିଛନ୍ତି ଯେ, ଦୁର୍ଘଟଣାସ୍ଥଳରେ ପୁଲିସ ଏବଂ ଜିଲ୍ଲା ପ୍ରଶାସନ କର୍ତ୍ତୃପକ୍ଷ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ତେବେ କେଉଁ କାରଣରୁ ଦୁର୍ଘଟଣା ଘଟିଲା ଏବେ ଯାଇଁ ସ୍ପଷ୍ଟ ହେଇ ନାହିଁ । 

ସେୟାର କରନ୍ତୁ

Next Post

ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ... 

Mon Oct 7 , 2024
ବାସ୍ତବ ବ୍ୟୁରୋ: ଆଜି ସଂଧ୍ୟା ୬ଟାରୁ ୮ ତାରିଖ ସଂଧ୍ୟା ୬ଟା ଯାଏଁ ୧୪ ଜିଲ୍ଲାରେ ଘରୋଇ ବସ୍ ଗଡ଼ିବନି ବୋଲି ଚେତାବନୀ ଦେଇଛନ୍ତି ଘରୋଇ ବସ୍ ମାଲିକ ସଂଘର ସଦସ୍ୟ। ରାଜ୍ୟର ଦକ୍ଷିଣାଞ୍ଚଳ ଏବଂ ପଶ୍ଚିମାଞ୍ଚଳରେ ପ୍ରଭାବିତ ହୋଇପାରେ ଗମନାଗମନ ବ୍ୟବସ୍ଥା। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ନ ଚଳାଇବାକୁ ସଂଘ ନିଷ୍ପତ୍ତି ନେଇଛି। ରାଜ୍ୟ ସରକାରଙ୍କ ଦ୍ୱିତୀୟ ପର୍ଯ୍ୟାୟ ତଥା ବ୍ଲକ ଏବଂ ଜିଲ୍ଲା ସଦର […]

You May Like

Pin It on Pinterest