ବାସ୍ତବ ବ୍ୟୁରୋ: ସୁପ୍ରିମ୍କୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୁଡ଼ ଅବସର ନେବା ପରେ ଆଜି ଅର୍ଥାତ ସୋମବାର ଦିନ ରାଷ୍ଟ୍ରପତି ଭବନରେ ଦେଶର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ଥିଲେ ।
ଜଷ୍ଟିସ ଖନ୍ନାଙ୍କ ନାମ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଦ୍ୱାରା ସୁପାରିଶ କରାଯାଇଥିଲା। ନଭେମ୍ବର ୧୦ରେ ୬୫ ବର୍ଷ ବୟସରେ ଚନ୍ଦ୍ରଚୁଡ଼ ଏହି ପଦବୀରୁ ଅବସର ନେଇଥିଲେ। ଏହାପରେ ଜଷ୍ଟିସ ସଞ୍ଜୀବ ଖନ୍ନାଙ୍କୁ ସିଜେଆଇ ପଦ ସମ୍ଭାଳିଛନ୍ତି। ତେବେ ତାଙ୍କ କାର୍ଯ୍ୟକାଳ ମାତ୍ର ୬ ମାସ ରହିବ। ଆସନ୍ତା ବର୍ଷ ମେ’ ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ।



