ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବିରତି

ବାସ୍ତବ ବ୍ୟୁରୋ: କିଛିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗିଥିବା ଯୁଦ୍ଧ ଉପରେ ବିରାମ ଲାଗିଛି । ଏନେଇ ଭାରତର ବିଦେଶ ସଚିବ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଯୁଦ୍ଧ ବିରାମ ପାଇଁ ପ୍ରଥମେ ଦିନ ୩ଟା ୩୦ ମିନିଟରେ ପାକିସ୍ତାନ ଡିଜିଏମଓ ଅସ୍ତ୍ରବିରତି ପାଇଁ ଭାରତକୁ ଫୋନ କରିଥିଲେ । ଏହି କ୍ରମରେ ଆଜି ସନ୍ଧ୍ୟା ୫ଟାରୁ ଜଳ, ସ୍ଥଳ ଓ ଆକାଶ ସବୁପଟୁ ଗୁଳିଗୋଳା କାର୍ଯ୍ୟାନୁଷ୍ଠାନ ବନ୍ଦ ରହିବ । 

ବିଦେଶ ସଚିବ ବିକ୍ରମ ମିସ୍ତ୍ରୀ କହିଛନ୍ତି କି, ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧର ବିରାମ ଲାଗିବ । ଭାରତ ଓ ପାକିସ୍ତାନ ମଧ୍ୟରେ ଅଚାନକ ଯୁଦ୍ଧ ବିରତି ଘୋଷଣା ପଛରେ ବଡ କୂଟନୈତିକ ପ୍ରଭାବ ରହିଛି । ସୂତ୍ର ସୂଚନା ମୁତାବକ କିଛିଦିିନ ହେବ ଭାରତର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ଓ ବିଦେଶମନ୍ତ୍ରୀ ଏସ୍ ଜୟଶଂକର ନିଜ ପଦ ସମକକ୍ଷ ଆମେରିକା ସହ ଲଗାତର ଆଲୋଚନା ଜାରି ରଖିଥିଲେ । ସୀମାରେ ବଢୁଥିବା ଅଶାନ୍ତି ଉପରେ ବିରାମ ଲଗାଇ ଶାନ୍ତି ଫେରାଇଆଣିବା ଏହି ଆଲୋଚନାର ଉର୍ଦ୍ଦେଶ୍ୟ ଥିଲା । 

ଚଳିତମାସ ୧୨ ତାରିଖରେ ଉଭୟ ଭାରତ ଓ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ବାକି ଆଲୋଚନା ହେବ । 

ସେୟାର କରନ୍ତୁ

Next Post

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶବାସୀଙ୍କୁ ସମ୍ବୋଧନ

Mon May 12 , 2025
ବାସ୍ତବ ବ୍ୟୁରୋ: ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାଇଁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, “ମୁଁ ପ୍ରଥମେ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ୍‌ କରୁଛି ବୀର ଯବାନମାନେ ଅପରେସନ ସିନ୍ଦୂର ଲକ୍ଷ୍ୟ ପ୍ରାପ୍ତି ପାଇଁ ଅସୀମ ଶୌର୍ଯ୍ୟ ପ୍ରଦର୍ଶନ କରିଛନ୍ତି । ମୁଁ ସେମାନଙ୍କ ବୀରତା ସାହସକୁ ଦେଶର ପ୍ରତ୍ୟେକ ମାଆ ଓ ଝିଅକୁ ସମର୍ପଣ କରୁଛି […]

You May Like

Pin It on Pinterest