
ବାସ୍ତବବ୍ୟୁରୋ: ବିଶିଷ୍ଟ ସ୍ଥପତି, ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ ।ଦ୍ଵିତୀୟ କୋଣାର୍କର ପରିକଳ୍ପନା କରୁଥିବା ଭାସ୍କର୍ଯ୍ୟ ଶିଳ୍ପୀଙ୍କ ନିହାଣର ଶବ୍ଦ ଆଉ ସୁଭିବନି ।ସେ କରୋନା ଯୁଧ୍ୟରେ ହାରିଗଲେ, ସବୁ ଲୋଭ ମୋହ ମାୟାରୁ ସେ ମୁକ୍ତ ଆଜି ସେ ପରପାରିର ଯାତ୍ରୀ |ଭୁବନେଶ୍ଵର ଏମ୍ସ ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାଇ, ଆଜି (ରବିବାର) ଅପରାହ୍ନ ୩ଟା ୪୯ରେ ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ସେ ଗତ ୨୨ ତାରିଖରୁ କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଚିକିତ୍ସାଧୀନ ଥିଲେ । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି।

ଗତ ମେ ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନ୍ ଯୋଗେ ମହାପାତ୍ରଙ୍କ ପୁଅଙ୍କ ସହିତ ରଘୁନାଥଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ରଘୁନାଥଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ଟ୍ଵିଟ୍ ଆକାଉଣ୍ଟରେ ଲେଖିଛନ୍ତି ଯେ, ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହା ପୂର୍ବରୁ ୧୯୬୪ରେ ସେ ଜାତୀୟ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ରଘୁନାଥଙ୍କ ବିୟୋଗ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି ।