ବାସ୍ତବ ବ୍ୟୁରୋ(ଭୁବନେଶ୍ୱର) :ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ରାଜଭବନ ଆଗରେ ବିଜେପିର ଧାରଣା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହାଉସିଂ ଫର ଅଲ୍ ୨୦୨୨ ଆବାସ ଯୋଜନାରେ ଉଭୟ ଗ୍ରାମାଂଚଳ ଓ ସହରାଂଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେବାକୁ ଘୋଷଣା ହୋଇଛି । ଏହି ଯୋଜନାରେ ଓଡିଶାରେ ୧୬ ଲକ୍ଷରୁ ଅଧିକ ପକ୍କା ଘର ନିର୍ମାଣ ପରେ ବି ରାଜ୍ୟସରକାର ଅନୈତିକ ଓ ଅଗଣତାନ୍ତ୍ରିକ ଭାବେ ଯୋଜନାର ନାମ ପରିବର୍ତ୍ତନ କରି ରାଜ୍ୟବାସୀଙ୍କୁ ଠକି ଚାଲିଛନ୍ତି ବୋଲି ବିଜେପି କହିଛି । ଏହା ବିରୁଦ୍ଧରେ ବିଜେପି ପକ୍ଷରୁ ନିକଟରେ ରାଜ୍ୟର ସମସ୍ତ ବ୍ଲକ, ଏନଏସି, ମ୍ୟୁନିସପାଲଟି କର୍ପୋରେସନ ଆଗରେ ବିକ୍ଷୋଭ କରାଯାଇଥିଲା । ଏଥି ସହିତ ହିଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ବିଡିଓଙ୍କୁ ଦେବା ପରେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି । ଏହାର ପ୍ରତିବାଦରେ ଆଜି ରାଜଭବନ ସମ୍ମୁଖରେ ଧାରଣା ଦେଇଛି ଭାରତୀୟ ଜନତା ପାର୍ଟି ।




