ଜୁନ୍‌ ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା…

ବାସ୍ତବବ୍ୟୁରୋ:(ଭୁବନେଶ୍ବର)ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ଅନୁଯାଇ, ଜୁନ୍‌ ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୧୭ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରପଡ଼ା ଏବଂ ୧୮ ତାରିଖରେ ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହାପରେ ସାମାନ୍ୟ ପରିବର୍ତନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚିତ କରାଯାଇଛି ।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ପାଣିପାଗ ସମ୍ପର୍କୀୟ ଆକଳନ ହେଉଛି ଯେ, ଜୁନ୍‌ ୧୮ ଓ ୧୯ରେ ଝାଡ଼ଖଣ୍ଡ ଓ ଛତିଶଗଡ଼ ସୀମାନ୍ତ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ଅଛି । ଉପକୂଳ ଓଡ଼ିଶାରେ ବିଶେଷ ବର୍ଷା ନାହିଁ। ନିମ୍ନ ବାୟୁମଣ୍ଡଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପଞ୍ଜାବଠାରୁ ବାଂଲାଦେଶ ପର୍ଯ୍ୟନ୍ତ ଲମ୍ବିଛି। ତେଣୁ ୧୮ ଓ ୧୯ରେ ଏହାର ପୂର୍ବ ଭାଗ ଭିତରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ, ଯାହାକି ୧୮ରେ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଏବଂ ୧୯ରେ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିବ।

୧୮ ଓ ୧୯ରେ ମୟୂରଭଞ୍ଜ, କେନ୍ଦୁଝର, ଅବିଭକ୍ତ ବଲାଙ୍ଗୀର, ଅବିଭକ୍ତ ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା(୬୫ ମିମିରୁ ଅଧିକ) ହୋଇପାରେ। ୧୯ରେ ଅବିଭକ୍ତ କଳାହାଣ୍ଡି, କୋରାପୁଟ, ଗଞ୍ଜାମରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ୨୧ରେ ସମଗ୍ର ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୧ ମୃତ ଅନ୍ୟଜଣେ ଗୁରୁତର...

Thu Jun 17 , 2021
ବାସ୍ତବବ୍ୟୁରୋ:(ମାହାଙ୍ଗା)କୁଆଁପାଳ -ବାଲିଚନ୍ଦ୍ରପୁର ରାସ୍ତାର ପଟ୍ଟାମୁଣ୍ଡାଇ କେନାଲ ପିଙ୍ଗୁଲେଇ ବଂଧ ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି !ରାସ୍ତା ଉପରେ ଦୀର୍ଘ ଏକ ସପ୍ତାହ ତଳୁ ରଖାଯାଇଥିବା ପୋକଲୀନ ଗାଡି ସହ ଦୁଇ ଜଣ ବାଇକ ଆରୋହୀଙ୍କ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳୀରେ ଜଣକର ମୃତ୍ୟୁ ଘଟିଛି ! ବର୍ଷା ଓ ଅଂଧାର ରାତିରେ ବାଲିଚନ୍ଦ୍ରପୁର ବଜାର ଅତିକ୍ରମ କରି କଟକ ଅଭିମୁଖେ ହଣ୍ଡା ୟୁନିକନ […]

You May Like

Pin It on Pinterest