୮୦୦ଲିଟର ଦେଶୀ ମଦ ସହିତ ବୋଲେରୋ ଜବତ ଜଣେ ଗିରଫ…

ବାସ୍ତବବ୍ୟୁରୋ:(ଭଦ୍ରକ) ଆଜି ଭଦ୍ରକ ଜିଲ୍ଲାପାଳ ଡ଼.ଜ୍ଞାନ ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ ଏବଂ ଭଦ୍ରକ ଭାମ୍ୟମାଣ ସ୍କ୍ୱାଡ଼ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ବ୍ରଜମୋହନ ମଲିକ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ବାସୁଦେବପୁର ଥାନI ଅନ୍ତର୍ଗତ ଟେରା ଛକ ନିକଟରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଗୋଟିଏ ମହିନ୍ଦ୍ରl ବୋଲେରୋ (ଓଆର-୦୧ଏଲ-୯୯୧୮) ମଧ୍ୟରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛନ୍ତି |

ଏଥିସହ ନୀଳଗିରି ଥାନା ଅନ୍ତର୍ଗତ ଚତର ଗ୍ରାମର ରାକେଶ କୁମାର ମେଦିନରାୟ କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଦୁଇଜଣ ଅଭିଯୁକ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ଭବେଶ ଦାସ, ପ୍ରହଲ୍ଲାଦ ସାମଲ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ସତ୍ୟରଞ୍ଜନ ସେଠୀ, ଖଗେଶ୍ୱର ଜେନା ଓ ଅନବାଦିତ୍ୟ ବାରିକ ପ୍ରଭୃତି ସାମିଲ ଥିଲେ । ଏନେଇ ଅବକାରୀ ବିଭାଗ ପକ୍ଷରୁ ୭୨/୨୧-୨୨ ମୂଳେ ମାମଲା ରୁଜ୍ଜୁ କରାଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Mon Jul 5 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୪୬୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୬୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ […]

You May Like

Pin It on Pinterest