‘ଗୁଲାବ’ଗୋପାଳପୁର ଓ କଳିଙ୍ଗପଟ୍ଟନମ୍ ମଧ୍ୟରେ କରିବ ଲ୍ୟାଣ୍ଡଫଲ୍…

ବାସ୍ତବବ୍ୟୁରୋ:(ଭୁବନେଶ୍ୱର)ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନାନୁଯାଇ,ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ସନ୍ଧ୍ୟାରେ ବାତ୍ୟାର ରୂପନେବ।ଆସନ୍ତାକାଲି ସନ୍ଧ୍ୟାରେ ଏହା ଓଡ଼ିଶାର ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ।ଏହିଗଭୀର ଅବପାତଟି ବାତ୍ୟାରେ ପରିଣତ ହେଲେ ତା’ର ନାଁ ‘ଗୁଲାବ’ ଦିଆଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଛନ୍ତିକି,ଗତକାଲି ସୃଷ୍ଟି ହୋଇଥିବା ଅବପାତଟି ଆଜି ସକାଳେ ଗଭୀର ଅବପାତରେ ପରିଣତ ହୋଇ ସାରିଛି। ଏହା ପାଖାପାଖି ପଶ୍ଚିମ ଦିଗକୁ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁର ଠାରୁ ୪୭୦ କିଲୋମିଟର ଦୂରରେ ପୂର୍ବ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୨୬ ତାରିଖ (ଆସନ୍ତାକାଲି) ସନ୍ଧ୍ୟା ପାଖାପାଖି ଏହା ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ଓ ଓଡ଼ିଶାର ଗୋପାଳପୁର ମଧ୍ୟରେ ଏହା ଉପକୂଳକୁ ଅତିକ୍ରମ କରିବ।

ଏହି ଗଭୀର ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟା ସୁଦ୍ଧା ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହି ସମୟରେ ଘଣ୍ଟା ପ୍ରତି ୬୫ରୁ ୭୫ କିଲୋମିଟର ବେଗରେ ପବନ ବହିବ। ଆସନ୍ତାକାଲି ଏହା ଉପକୂଳକୁ ଅତିକ୍ରମ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୫ କିଲୋମିଟର ରହିବ। ଅତିବେଶୀରେ ପବନର ବେଗ ଘଣ୍ଟା ପ୍ରତି ୯୫ କିଲୋମିଟର ହେବ ବୋଲି ପୂର୍ବାନୁମାନ କରାଯାଇଛି।ଶ୍ରୀ ମହାପାତ୍ର କହି ଏହି ପବନ ହେତୁ ଛୋଟ ଛୋଟ ଗଛ ଉପୁଡ଼ି ପାରେ। ବିଶେଷତଃ ସଜନା ଓ କଦଳୀ ଆଦି ଗଛ ଉପୁଡ଼ି ପାରେ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।

ସେ କହିଛନ୍ତି, ଏହା ସହିତ ଏହି ବାତ୍ୟାର ପ୍ରଭାବରେ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷତଃ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସମସ୍ତ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ବର୍ଷା ଯୋଗୁ ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ। ସେହିପରି ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ କୌଣସି ମତ୍ସଜୀବୀ ସମୁଦ୍ର ମଧ୍ୟକୁ ଯିବା ଉଚିତ୍ ନୁହେଁ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଗୁଲାବ’ଆଜି ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବ...

Sun Sep 26 , 2021
ବାସ୍ତବବ୍ୟୁରୋ:(ଭୁବନେଶ୍ୱର):ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାଇ,ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଗୁଲାବ’ ।ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛିକି,ଆଜି ମଧ୍ୟରାତ୍ରରେ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍‌ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ। ଆଜି ଭୋର ସାଢ଼େ ୫ଟା ସୁଦ୍ଧା ବାତ୍ୟା ‘ଗୁଲାବ’ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୨୭୦ କିଲୋମିଟର ଦୂରରେ ରହିଛି। ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ଥିବା ବେଳେ ଗତ […]

You May Like

Pin It on Pinterest