ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା’ଗୁଲାବ’ର କଲେ ସମୀକ୍ଷା…

ବାସ୍ତବବ୍ୟୁରୋ:(ଭୁବନେଶ୍ୱର):ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସେ ଲୋକଙ୍କ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ବ ଦେଇଛନ୍ତି । ବାତ୍ୟା ପରବର୍ତ୍ତୀ ସ୍ଥିତିରେ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି । ଓଡ୍ରାଫର ୪୨ଟିମ, ଏନଡ଼ିଆରଫ ୨୪ ଟିମ ଓ ଫାୟାର ସର୍ଭିସର ୧୦୩ ଟିମ ମୁତୟନ ହୋଇଛନ୍ତି।ଏଥିସହ ବନ୍ୟା ଜଳ ପରିଚାଳନା ପାଇଁ ଜଳସେଚନ ବିଭାଗ ମଧ୍ୟ ସଜାଗ ରହିଛି।

ଓଡିଶା ଭବନରୁ ଭିଡ଼ିଓ କନଫରେନସିଂ ଜରିଆରେ ପ୍ରଶାସନିକ ସମୀକ୍ଷା କରିବା ସମୟରେ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ପ୍ରଭାବିତ ଜିଲ୍ଲାର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନରେ କଚ୍ଚା ଘରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ସମ୍ଭାବନା ଥିବା ଅଞ୍ଚଳରୁ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ବାତ୍ୟା ଆଶ୍ରୟସ୍ଥଳରେ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ ସହ ସଂଗେ ସଂଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ। ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବାତ୍ୟା ଯୋଗୁ ପ୍ରଭାବିତ ହେବାର ଆଶଙ୍କା ଥିବା, ୧୬ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି...

Sun Sep 26 , 2021
ବାସ୍ତବବ୍ୟୁରୋ:(ଭୁବନେଶ୍ୱର):ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇସାରିଛି |ଆଜି ରାତି ୯ଟାରୁ ୯ଟା୩୦ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରିରହିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି | ବର୍ତ୍ତମାନ ବାତ୍ୟା ଆନ୍ଧ୍ରପ୍ରଦେଶ କଳିଙ୍ଗପାଟନମ୍ ଉତ୍ତରକୁ ୨୫ କିମି ଦୂର ଏବଂ ଗୋପାଳପୁରଠାରୁ ୯୦ କିଲୋମିଟର ଦୂର ମୁରିଗୁଡ଼ା ଟେକାଲି ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଜଣାପଡିଛି | ସେ କହିଛନ୍ତି ଯେ ଗଞ୍ଜାମ, ଗଜପତି, […]

You May Like

Pin It on Pinterest