ବାସ୍ତବ ବ୍ୟୁରୋ (ଭୁବନେଶ୍ୱର): ବାତ୍ୟା ବୁଲବୁଲ ପ୍ରକୋପରୁ ଓଡ଼ିଶା ବର୍ତ୍ତିଯିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ କହିଛି । ବିଭାଗ ପକ୍ଷରୁ ଜାରି ନୂଆ ବୁଲେଟିନ ଅନୁସାରେ ବୁଲବୁଲ ଧୀରେ ଧୀରେ ଉତ୍ତର ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଯାଉଛି । ତେବେ ଏହାର ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏବେ ଏହା ପାରାଦୀପଠାରୁ ୮୧୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ସାଗର ଦ୍ୱୀପଠାରୁ ୯୨୦ କିମି ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ରହିଛି ।
ଅନ୍ୟପକ୍ଷରେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମହା’ ଧୀରେ ଧୀରେ ଦୁର୍ବଳ ହେଉଛି । ଗୁରୁବାର ମଧ୍ୟାହ୍ଣରେ ଏହା ସ୍ଥଳଭାଗ ଛୁଇଁବ । ତେବେ ଏହା ଗୁଜୁରାଟ ଉପକୂଳ ବଦଳରେ ଡିଉଠାରୁ ୪୦ କିମି ଦକ୍ଷିଣରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବାବେଳକୁ ଏହାର ଶକ୍ତି ହ୍ରାସ ପାଇଥିବ ବୋଲି ଆଇଏମଡି କହିଛି ।
ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଆଯିହିଁ ଡାଉନ୍ ଲୋଡ୍ କରନ୍ତୁ…bastabtv APP ଆପଣଙ୍କ ସ୍ମାର୍ଟ ଫୋନ୍ ର ପ୍ଲେଷ୍ଟୋର ରୁ