ମହାରାଷ୍ଟ୍ର ରାଜନୀତି ରେ ନୂଆମୋଡ: ବିଜେପିକୁ ସରକାର ପାଇଁ ଡାକରା

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅଚଳାବସ୍ଥାର ଅବସାନ ହେବାର ଆଶା ଦେଖାଦେଇଛି । ସରକାର ଗଢିବାକୁ ବିଜେପିକୁ ନିମନ୍ତ୍ରଣ କଲେ ରାଜ୍ୟପାଳ । ରାଜ୍ୟପାଳ  ଭଗତ ସିଂ କୋସ୍ୟାରୀ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ବିଜେପିକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି ।  ବିଜେପି ବିଧାୟକ ଦଳର ନେତା ଦେବେନ୍ଦ୍ର ଫଡନବୀସଙ୍କୁ ଏଥିପାଇଁ ଆମନ୍ତ୍ରଣ କରାଯାଇଛି ଓ ଆସନ୍ତା ୧୧ ତାରିଖ ସୁଦ୍ଧା ସଂଖ୍ୟା ଗରିଷ୍ଠତା ପ୍ରମାଣ କରିବାକୁ ପଡ଼ିବ ।

ମହାରାଷ୍ଟ୍ର ବିଧାନସଭାରେ ମୋଟ ୨୮୮ ଆସନ ମଧ୍ୟରୁ ବିଜେପିର ୧୦୫ ଜଣ ସଦସ୍ୟ ଅଛନ୍ତି । ସରକାର ଗଢିବା ପାଇଁ ବିଜେପିକୁ ଆଉ ୪୦ ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ ।  ସ୍ୱାଧୀନ ଓ ଛୋଟ ଛୋଟ ଦଳମାନଙ୍କ ମଧ୍ୟରୁ ୧୫ ଜଣ ବିଜେପିକୁ ସମର୍ଥନ କରୁଛନ୍ତି । ଏଣୁ ବିଜେପି କୁ ସଂଖ୍ୟା ଗରିଷ୍ଠତା ପାଇଁ ଆଉ ୨୫ ଜଣଙ୍କ ସମର୍ଥନ ଆବଶ୍ୟକ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ରାଶିଫଳ

Sun Nov 10 , 2019
ମେଷ: ଦେହ ଭଲ ରହିଲେ ମଧ୍ୟ ମନଟା ଏଣୁତେଣୁ ଗୁଡ଼ାଏ ଚିନ୍ତାକରି ଭଲ ରହି ନ ପାରେ। ବାଣିଜ୍ୟ, ଶିଳ୍ପ, ବ୍ୟବସାୟ, ପରିବହନ, ପ୍ରଶାସନ, ସଭାସମିତି, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାଜନକ ଫଳ ଲାଭକରିବେ । ବୃଷ: ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ବନ୍ଧୁସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ଆଲୋଚନା ଅସମାପ୍ତ ରହିପାରେ। […]

You May Like

Pin It on Pinterest