ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ…

ବାସ୍ତବବ୍ୟୁରୋ(ଭୁବନେଶ୍ବର):୬।୧୨-ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିବା, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ। କଂଗ୍ରେସର ଟାଣୁଆ ଆଦିବାସୀ ନେତା ଥିଲେ ପ୍ରଫୁଲ୍ଲ ମାଝୀ । ଦଳ ବିରୋଧୀ କାର୍ଯ୍ୟ, ବିଶୃଙ୍ଖଳିତ ଆଚରଣ ପାଇଁ ଦଳରୁ ବହିଷ୍କୃତ କରିଛି କଂଗ୍ରେସ । ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ,ପ୍ରଫୁଲ୍ଲ ମାଝି କଂଗ୍ରେସ ଛାଡି ବିଜେଡିରେ ଯୋଗଦେବେ।ହେଲେ କଂଗ୍ରେସରୁ ବହିଷ୍କୃତ ହେବା ପରେ ଏବେ ସେ କେଉଁ ଦଳକୁ ଯିବେ ତାହା ସ୍ପଷ୍ଟ ହୋଇନାହିଁ ।

୨୦୦୬ରେ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିଲା । ୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ତଳସରାରୁ ବିଜୟୀ ହୋଇଥିଲେ । ଏହାପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ରେ ପ୍ରଫୁଲ୍ଲ ବିଜେପି ପ୍ରାର୍ଥୀ ଭବାନୀ ଶଙ୍କର ଭୋଇଙ୍କଠାରୁ ହାରିଥିଲେ ।

ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଦଳ ଛାଡିବା ପରେ ପ୍ରଫୁଲ୍ଲ ମାଝୀଙ୍କୁ ଦଳରୁ ବହିଷ୍କୃତ କରିବା ଦଳ ପାଇଁ ବଡ କ୍ଷତି ବୋଲି ରାଜନୈତିକ ମହଲରେ ମତ ପ୍ରକାଶ ପାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ...

Tue Dec 7 , 2021
ବାସ୍ତବବ୍ୟୁରୋ(ଭୁବନେଶ୍ବର):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୧୨ ଜଣ ଶିଶୁ ଓ କିଶୋର କରୋନା ସଂକ୍ରମିତ ଅଛନ୍ତି ।ଏହି ସଂକ୍ରାମିତଙ୍କ ମଧ୍ୟରୁ ୮୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩ ଜଣ ଆକ୍ରାନ୍ତ ଚିହ୍ନଟ […]

You May Like

Pin It on Pinterest