ଗୋଟିଏ ଦିନ ବ୍ୟବଧାନରେ ରାଜ୍ୟରେ କରୋନା ସଂକ୍ରମିତ ୧୫୨ ରୁ ୨୫୫କୁ ବୃଦ୍ଧି…

ବାସ୍ତବବ୍ୟୁରୋ(ଭୁବନେଶ୍ବର):୦୮।୧୨-ଗୋଟିଏ ଦିନ ବ୍ୟବଧାନରେ ରାଜ୍ୟରେ ୧୦୩ ଜଣ ଅଧିକ ଯୋଡ଼ିହେଲେ କରନା ସଂକ୍ରମିତ ।ଅର୍ଥାତ ଗତ ୭ ତାରିଖ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ,ଗତ ୨୪ ଘଣ୍ଟା ମଧ୍ୟରେ,୨୫୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୭୬୦ରେ ପହଞ୍ଚିଛି ।ଏହି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୫୪ ଜଣ ୧୮ ବର୍ଷରୁ କମ୍‌ ବୟସର ରହିଛନ୍ତି ।

ଏହି ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬ଜଣ ରହିଥିବାବେଳେ,ଅନୁଗୁଳ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୨୫ଜଣ ସଂକ୍ରମିତ ରହିଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Wed Dec 8 , 2021
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୬ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ […]

You May Like

Pin It on Pinterest