ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୨ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୨୨୪ଜଣ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଅସ୍ବାଭାବିକ ଭାବେ ଖସିଯାଇଛି ରାତ୍ରି ତାପମାତ୍ରା । ଆଭ୍ୟନ୍ତରୀଣ ଓଡିଶାରେ ୨/୩ ଦିନ ହେବ ଥଣ୍ଡା ଲାଗିରହିଛି । ଉତ୍ତର -ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହିତ ଯୋଗୁଁ ଶୀତ ବଢିଛି । ରାଜ୍ୟର ୯ଟି ସ୍ଥାନରେ ରାତ୍ରୀ ତାପମାତ୍ରା ୧୧ଡିଗ୍ରୀ ତଳେ ରହିଛି । ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
ଚିଲିକାରେ ଜାନୁଆରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥିପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯିବ । ଗଣନା କାର୍ଯ୍ୟରେ ମୋଟ ୨୧ଟି ଟିମ୍ ନିୟୋଜିତ ହେବେ । ଚିଲିକା ବନ୍ୟପ୍ରାଣୀ ବିଭାଗ ଅଧିକାରୀ, ଚିଲିକା ଉନ୍ନୟନ ପରିଷଦ, ପକ୍ଷୀ ସୁରକ୍ଷା ସମିତି କର୍ମଚାରୀ ଓ ସ୍ୱେଚ୍ଛାସେବୀମାନେ ଗଣନା କାର୍ଯ୍ୟରେ ନିୟୋଜିତ ରହିବେ । ଗଣନା କାର୍ଯ୍ୟରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିପିଏସ୍ ଓ ବାଇନୋକୁଲାର ବ୍ୟବହାର କରାଯିବ । ସକାଳ ୬ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୧୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୪୫୬୫ ସକ୍ରିୟ ମାମଲା ରହିଛି ଏବଂ ୩୪୧୭୧୪୭୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏହା ବ୍ୟତୀତ ୪୭୭୧୫୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ଆଜିଠାରୁ ରାଜଧାନୀ ଦିଲ୍ଲୀର ସ୍କୁଲ ପୁଣିଥରେ ଖୋଲିଛି । ବାୟୁ ପ୍ରଦୂଷଣ ଯୋଗୁ ମାସେ ହେବ ବନ୍ଦ ରହିଥିଲା ସ୍କୁଲ । ଷଷ୍ଠରୁ ଉପର ଶ୍ରେଶୀ ଗୁଡିକ ଖୋଲାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଆଜିଠାରୁ ଖୋଲିଛି ।ଏବେ ଦିଲ୍ଲୀର ବାୟୁ ପ୍ରଦୂଷଣରେ ସାମାନ୍ୟ ଉନ୍ନତି ହୋଇଥିବାରୁ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି ସରକାର । ସ୍କୁଲ ଖୋଲିବା ପରେ ବି ଉଭୟ ଅନ୍ ଲାଇନ ଓ ଅଫ୍ ଲାଇନରେ କ୍ଲାସ ହେବ ।