ଆଜିର ଖାସ୍ ଖବର

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୬୦୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି ।

ଆଜି(ବୁଧବାର) ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

ଗଜପତି ଜିଲ୍ଲା କୋର୍ଟରେ ୪୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ କୋର୍ଟ ପରିସରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ୪୦ ଜଣ ସଂକ୍ରମିତ ଚିହ୍ନଟ ହେବା ପରେ କୋର୍ଟ ପରିସରକୁ ୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ପ୍ରଥମ ପର୍ଯ୍ୟାୟରେ ଓଡିଶାକୁ ଆସିଛି ଓମିସିୟର ଟେଷ୍ଟିଂ କିଟ୍‌ । ୫ ଲକ୍ଷ କିଟ୍‌ ଅର୍ଡର କରିଛନ୍ତି ରାଜ୍ୟ ସରକାର ।  ସୂଚନାନୁଯାୟୀ, ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ପାଇଁ ଟାଟା ଓମିସିୟର କିଟ୍‌ ପ୍ରସ୍ତୁତ କରିଥିଲା । କିଛି ଦିନ ତଳେ ଟାଟା ପ୍ରସ୍ତୁତ କରିଥିବା ଟେଷ୍ଟିଂ କିଟ୍ ଓମିସିଓରକୁ ମଞ୍ଜୁରୀ ପ୍ରଦାନ କରିଥିଲା ଆଇସିଏମଆର । ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଓମିସିଓର କିଟ କିଣିବା ପାଇଁ ଅର୍ଡର ଦେଇଥିଲା। 

ରାଜଧାନୀରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ହାଟଗୁଡିକୁ ସ୍ଥାନାନ୍ତର କରାଯାଇଛି । ଆଜିଠାରୁ ୧ ନମ୍ବର ପରିବା ହାଟ, ୟୁନିଟ୍-୧ ହାଇସ୍କୁଲ ପଡ଼ିଆରେ ବସିଛି ।  ପୂର୍ବ ଭଳି କରୋନା କଟକଣା ମାନି ବେପାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦୋକାନ ଦୋକାନ ମଧ୍ୟରେ ୬ ଫୁଟ୍ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି।

ଆଗାମୀ ୨ ଦିନ ଯାଏ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ହେଲେ ପରବର୍ତ୍ତୀ ତିନି ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ଦୁଇ ଦିନ ଯାଏ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଘନ କୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗାଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି  ଓ ନବରଙ୍ଗପୁର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି । ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଦେଶର ଏକମାତ୍ର ସହର। ଏହି ମର୍ଯ୍ୟାଦାଜନକ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ ଫିଲାନଥ୍ରପିକ୍ ସଂସ୍ଥା ପକ୍ଷରୁ ୧ ନିୟୁତ ଆମେରିକୀୟ ଡଲାର ଆର୍ଥିକ ପୁରସ୍କାର ଦିଆଯିବ। ଏହା ସହ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ବୈଷୟିକ ସହାୟତା ଓ ପରାମର୍ଶ ଯୋଗାଇ ଦିଆଯିବ ।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୨୯୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୧୮୩୧୦୦୦ସକ୍ରିୟ ମାମଲା ରହିଛି ଏବଂ ୩,୫୫,୮୩,୦୩୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏହା ବ୍ୟତୀତ ୪,୮୭,୨୦୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ପଶ୍ଚିମ ବଂଗର ଜଣାଶୁଣା କାର୍ଟୁନିଷ୍ଟ ପଦ୍ମଶ୍ରୀ ନାରାୟଣ ଦେବନାଥଙ୍କର ଦୀର୍ଘ ଦିନର ଅସୁସ୍ଥତା ପରେ ଆଜି ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା। ସେ ଗତ ୨୫ ଦିନ ଧରି ସହରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ତାଙ୍କ ଅବସ୍ଥା ଖରାପ ହେବାକୁ ଲାଗିଲା ଏବଂ ପୂର୍ବାହ୍ନ ୧୦ଟା ବେଳେ ଶେଷ ନିଶ୍ୱାସ ତ୍ୟାଗ କଲେ।

ବୋଲାଣ୍ଡ ପାର୍କରେ ଆଜି ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦିନିକିଆ ସିରିଜ ଆରମ୍ଭ ହେଉଛି। ତିନି ମ୍ୟାଚ୍ ବିଶିଷ୍ଟ ଦିିନିକିଆ ସିରିଜରେ ପ୍ରଥମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ସିରିଜରେ ଭାରତ ଲୋକେଶ ରାହୁଲଙ୍କ ଅଧିନାୟକତ୍ୱରେ ଭାରତ ଖେଳୁଛି । ରୋହିତଙ୍କ ଅନୁପସ୍ଥିତିରେ ଧାୱନ ଏବଂ ଅଧିନାୟକ ରାହୁଲ ଭାରତ ପାଇଁ ଓପନିଂ କରିବେ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବେଆଇନ ଧାନ ଚାଲାଣ ଟ୍ରକ୍ କୁ ଜବତ କଲା ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ....

Wed Jan 19 , 2022
ସୁବର୍ଣ୍ଣପୁର (ନମୋ ଗୁରୁ):୧୯/୦୧/୦୨୨ ସୁବର୍ଣ୍ଣପୁର ଜିଲ୍ଲାରେ ଧାନ କଳାବଜାରୀ ଏବଂ ବେଆଇନ ଚାଲାଣ କୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ସମୁଚିତ ପଦକ୍ଷେପ ନେଇଛି l ଏଥିପାଇଁ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଙ୍କ ନିର୍ଦ୍ଧେଶ କ୍ରମେ ପ୍ରତି ବ୍ଲକ ଏବଂ ତହସିଲ ଅଂଚଳରେ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠିତ ହୋଇଛି l ଏହି କ୍ରମରେ ଗତକାଲି ରାତି ରେ ରାମପୁର ତହସିଲଦାର ଶ୍ରୀଯୁକ୍ତ ପୁରୁଷୋତ୍ତମ ମିର୍ଦ୍ଧା ଙ୍କ ନେତୃତ୍ୱରେ […]

You May Like

Pin It on Pinterest