ଭୁବନେଶ୍ବର ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ପାଳିତ…

ମନୋଜ ମହାନ୍ତି(ଭୁବନେଶ୍ୱର): ୨୬।୦୧- ଆଜି ଭୁବନେଶ୍ବର ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ପାଳନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଥିଲେ।ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଉଥିଲେ ।

ପ୍ରଥମ ଥର ପାଇଁ ଭାଗ ନେଇଛନ୍ତି ବିଏସଏଫ ଯବାନ,ପରେଡରେ ଭାଗ ନେଇଥିବା ସମସ୍ତ ସଦସ୍ୟଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା । ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୭୦ ଜଣ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିଲା । ସିସିଟିଭି ନଜରରେ ରହିଛି ଗାନ୍ଧିମାର୍ଗ । ଏଥି ସହ ଗାନ୍ଧିମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ନିରାଡ଼ମ୍ବର ଭାବେ ଭଦ୍ରକ ସହରରେ ଏଥର ପାଳିତ ହୋଇଛି ସାଧାରଣତନ୍ତ୍ର ଦିବସ...

Wed Jan 26 , 2022
ବବିତା ସାମଲ(ଭଦ୍ରକ): ୨୬/୦୧-ନିରାଡ଼ମ୍ବର ଭାବେ ଭଦ୍ରକ ସହରରେ ଏଥର ପାଳିତ ହୋଇଛି ସାଧାରଣତନ୍ତ୍ର ଦିବସ । ନେହେରୁ ଷ୍ଟାଡିୟମ ପରିସରରେ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥିଭାବେ ଭଦ୍ରକ ଜିଲ୍ଲାପାଳ ଶ୍ରୀଯୁକ୍ତ ତ୍ରିଲୋଚନ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।ସରକାରଙ୍କ କରୋନା କଟକଣାକୁ ମାନି ଷ୍ଟାଡିୟମ୍ ପରିସରରେ ସାଧାରଣତନ୍ତ୍ର ଦିବସ ପାଳିତ […]

You May Like

Pin It on Pinterest