
ଭୁବନେଶ୍ୱର:୨୯।୦୧ – ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା ଅନୁଯାଇ, ଆମ ରାଜ୍ୟରେ ଓମିକ୍ରନ ସହ ଡେଲ୍ଟା ଭରିଆଣ୍ଟ ସକ୍ରିୟ ରହିଛି । କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଜଣାପଡିଛି ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍ଟା ରହିଛି ।
ଶ୍ରୀ ମହାପାତ୍ର ଆହୁରୀ ମଧ୍ୟ କହିଛନ୍ତି କି , ଯେହେତୁ ଡେଲ୍ଟା ଭରିଆଣ୍ଟ ଅଧିକ ଗୁରୁତର କରିଥାଏ, ଆମେ ନିଶ୍ଚିତ ଭାବେ କହିପାରିବା ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ । ନିଜକୁ ବିପଦମୁକ୍ତ କରି ରଖନ୍ତୁ । ଏହାର ଉପାୟ ହେଉଛି, ଯେଉଁମାନେ ଟୀକା ନେଇନାହାନ୍ତି, ଟୀକା ନିଅନ୍ତୁ । ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ବଜାଇ ରଖନ୍ତୁ ।



