ଆଜିର ଖାସ୍ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ଜଣ ରହିଛନ୍ତି ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି। ପୁରୀରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

 ଗୌଡୀୟ ମିସନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମଜୟନ୍ତୀର ତୃତୀୟ ବାର୍ଷିକୀ ପାଳନ ଶୁଭାରମ୍ଭ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେଇଛନ୍ତି। ଏଥିରେ, ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏକ ସ୍ମରଣିକା ଉନ୍ମୋଚନ କରିଛନ୍ତି।

ପଞ୍ଚାୟତ ନିର୍ବାଚନର ୩ୟ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ ହୋଇଯାଇଛି। ଆଜି ସକାଳ ୭ଟାରୁ ମତଦାତାମାନେ ଭୋଟ ଦେଉଛନ୍ତି। ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ ।

ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୯୬୮ କରୋନାଜନିତ ନୂତନ ସଂକ୍ରମଣ ଓ ୬୭୩ ମୃତ୍ୟୁ ରେକର୍ଡ କରାଯାଇଛି । ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୮,୨୨,୪୭୩ରେ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୫,୧୧,୯୦୩ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୮,୮୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୦,୮୬,୩୮୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୨୪,୧୮୭ ।

ପଞ୍ଜାବରେ ଆରମ୍ଭ ହୋଇଛି ଭୋଟିଂ। ଆଜି ସମସ୍ତ ୧୧୭ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏଁ ଚାଲିବ। ୧ହଜାର ୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ କୋଟି ୧୪ଲକ୍ଷ ଭୋଟର ।

ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଆଜି ୩ୟ ତଥା ଅନ୍ତିମ ଟି-୨୦ ମ୍ୟାଚ୍ ଖେଳାଯିବ । କୋଲକାତାର ଐତିହାସିକ ଇଡେନ୍ ଗାର୍ଡେନରେ ଏହି ମୁକାବିଲା ସନ୍ଧ୍ୟା ୭ଟାରେ ହେବ । ଭାରତ ପୂର୍ବରୁ ୨ଟି ମ୍ୟାଚ୍ ଜିତିଥିବାରୁ ଶେଷ ମୁକାବିଲାରେ ବିଜୟୀ ହୋଇ ମୂଳପୋଛ କରିବାକୁ ଲକ୍ଷ୍ୟ ରଖିବ ।

ଆଜି ପର୍ଯ୍ୟନ୍ତ ବିଶ୍ୱରେ କରୋନା ଯୋଗୁଁ ମୋଟ ୪୨ କୋଟି ୩୫ ଲକ୍ଷ ୨ ହଜାର ୨୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୪ କୋଟି ୮୪ ଲକ୍ଷ ୯୮ ହଜାର ୮୪ ଜଣ ସୁସ୍ଥ ହୋଇଥିଲା ବେଳେ ୫୯ ଲକ୍ଷ ୧୬୭ ଜଣଙ୍କର ମୃତ୍ୟୁ ହୋଇଛି । 

ୟୁକ୍ରେନ ଏବଂ ରୁଷ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ୟୁକ୍ରେନ୍‌ ଉପରେ ଆକ୍ରମଣ କରିପାରେ ରୁଷ। ଏହାରି ଭିତରେ ଏଭଳି ଯୁଦ୍ଧ ପରିସ୍ଥିତିକୁ ଟାଳିବା ପାଇଁ ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଆପୋଷ ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଦ୍ୱିତୀୟ ବିବାହର ସଜ ବାଜରେ ପାଣି ପୁରାଇଲା ପ୍ରଥମ ସ୍ତ୍ରୀ...

Wed Feb 23 , 2022
ନମୋଗୁରୁ ହୋତା(ବିନିକା): ବୈଦିକ ରୀତିରେ ବିବାହ କରିଥିବା ସ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ତରଫରୁ ତ୍ୱରିତ ପଦକ୍ଷେପ ନିଆଯାଇ ଦ୍ଵିତୀୟ ବିବାହ ପାଇଁ ପ୍ରସ୍ତୁତ ଥିବା ସ୍ୱାମୀକୁ ଧରି ଆଣି ଥାନାରେ ଅଟକ ରଖି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ଜାରି ରଖିଥିଲା ପୁଲିସ | ସ୍ୱାମୀ କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି | ଘଟଣାରୁ ପ୍ରକାଶ ଯେ ବିନିକା ଥାନା ଅଧୀନସ୍ଥ କମିରା […]

You May Like

Pin It on Pinterest