
ପ୍ରମୋଦ ନାୟକ(ଭୁବନେଶ୍ୱର):୨୭।୦୨ -ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯନ୍ତ ସମସ୍ତ କ୍ଲାସ ଖୋଲିବ । ଏହା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲେ । ସେଥିରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ଷୋମବାର ଠାରୁ ସ୍କୁଲ ଖୋଳିଲେବି,ଏକ ସପ୍ତାହ ପିଲାମାନଙ୍କୁ କେବଳ ଆକ୍ଟିଭ କରାଯିବ, ପାଠ ପଢ଼ାଯିବ ନାହିଁ ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପିଲାମାନେ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାଁନ୍ତି । ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ମିଶ୍ରଣ କରାଯିବ। ଯାହାଫଳରେ ପିଲାମାନେ ପଛେଇ ଯିବେ ନାହିଁ । ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେଟ ହୋଲ୍ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।