ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି ।
ପୁଣି ବଢିଲା ତୈଳ ଦର । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ରହିଛି ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୮୬ ପଇସା ବୃଦ୍ଧି ପାଇ ଆଜି ଏହା ୧୧୫.୯୦ ଟଙ୍କାରେ ପହଞ୍ଚି ଥିବା ବେଳେ ଡିଜେଲ ଦର ଲିଟର ପିଛା ୮୫ ପଇସା ବୃଦ୍ଧି ପାଇ ୧୦୫.୪୮ ଟଙ୍କାରେ ପହଞ୍ଚିଛି ।
ଶ୍ରୀମନ୍ଦିର ରୋଷଘରେ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଛି । ଶ୍ରୀମନ୍ଦିର ରୋଷ ଘରେ ଥିବା କୋଠଭୋଗ, ସାତପୁରି, ପିଠାଗଢ଼ା, ଥାଳିଆଡ଼ ଭଳି ଥିବା ବିଭିନ୍ନ ଚୁଲାକୁ କେହି ଭାଙ୍ଗି ଦେଇଛନ୍ତି । ଆଜି ସକାଳୁ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଥିବା ଘଟଣା ସାମ୍ନାକୁ ଆସିଛି ।
ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି :ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୧ ଜଣଙ୍କ ମୃତ୍ୟୁ ଘଟିଛି ।ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୨୮ ହଜାର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୦୧୩ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୯୩ ହଜାର ୭୭୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏହା ବ୍ୟତୀତ ୫୨୧୩୪୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ଲଣ୍ଡନ୍ରେ ନପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କୁ ଆକ୍ରମଣ ହୋଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ଦଳ ପିଟିଆଇର ଜଣେ ସମର୍ଥକ ନୱାଜ ଶରିଫ୍ଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଶରିଫଙ୍କ ସୁରକ୍ଷାକର୍ମୀ ଆହତ ହୋଇଥିବା ନେଇ ପାକିସ୍ତାନୀ ସାମ୍ବାଦିକ ଅହମଦ ନୁରାନୀ ସୂଚନା ଦେଇଛନ୍ତି।
ଆଜି ପାକିସ୍ଥାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଭାଗ୍ୟ ପରୀକ୍ଷା। ଆଜି ପାକିସ୍ତାନ ପାର୍ଲାମେଣ୍ଟରେ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଭୋଟ ପଡିବ।
ରୁଷ-ୟୁକ୍ରେନ ଯୁଦ୍ଧ ଦୀର୍ଘ ୩୯ ଦିନ ବିତିଯାଇଥିଲେ ରୁଷ ଲଗାତର ୟୁକ୍ରେନ୍ ଉପରେ ମାଡ କରି ଚାଲିଛି ମିସାଇଲ । ଏହାରି ଭିତରେ ୟୁକ୍ରେନ୍ର ରାଜଧାନୀ ରେ ଯୁଆଡେ ଦେଖିବ ରାସ୍ତା ଉପରେ ପଡିଛି ମାଳ ମାଳ ଶବ, ଭଗ୍ନାବଶେଷ ।