
ଭୁବନେଶ୍ୱର, ୧୬/୦୪: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଂଚଳରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାଇ,ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହେବ। କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ବର୍ଷା ସ୍ଥିତି ଦେଖାଦେବ । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଏଭଳି ମଧ୍ୟମ ଧରଣର ବର୍ଷା ପାଗ ରାଜ୍ୟରେ ଜାରି ରହିବା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।
ଗତ ୨୪ ଘଣ୍ଟାରେ ସୋନପୁର ଜିଲ୍ଲାରେ ସର୍ବାଧିକ ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାରିପଦା, ଝାରସୁଗୁଡା, ବଲାଙ୍ଗିର, ବୌଦ୍ଧରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ତେବେ ଆସନ୍ତା ୫ ଦିନରେ ଆଭ୍ୟନ୍ତରୀଣ ଜିଲ୍ଲାରେ ୪୦ ରୁ ଅଧିକ ତଥା ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି । ସେହିପରି ଗତ ୨୪ ଘଣ୍ଟାରେ ତାପମାତ୍ରା ଭୁବନେଶ୍ୱରରେ ୩୮.୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି।.



