ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ବିଜୁବାବୁଙ୍କୁ ଝୁରୁଛି ଏ ଦେଶ…

ଭୁବନେଶ୍ୱର ୧୭।୦୪: ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଫରେଷ୍ଟ ପାର୍କ ଓ ଭୁବନେଶ୍ବର ଏୟାର ପୋର୍ଟ ଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ରହିଛି ।ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବର ସିଧ୍ୟାନ୍ତ ନେଇଛି ବିଜୁ ଜନତାଦଳ ।

ବିଜୁବାବୁଙ୍କ ତିରୋଧାନ ଦିବସରେ ରାଜ୍ୟବାସୀଙ୍କ ପ୍ରତି ବିଜେଡିର ସାମାଜିକ ଦାୟିତ୍ୱ ଓ ପ୍ରତିବଦ୍ଧତା ଦୃଷ୍ଟିରୁ ପ୍ରତ୍ୟେକ ଜିଲ୍ଲା ଓ ସମସ୍ତ ନିର୍ବାଚନ ମଣ୍ଡଳୀରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ସମୂହ ରକ୍ତଦାନ ଶିବିର ଆୟୋଜନ କରାଯିବ । ଏହି ରକ୍ତଦାନ କାର୍ଯ୍ୟକ୍ରମ ୧୫ ଦିନ ଧରି ଚାଲିବ । ପ୍ରଥମ ଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଜନଔଷଧି କେନ୍ଦ୍ର...

Sun Apr 17 , 2022
ପ୍ରମୋଦ ନାୟକ: ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା #ଅପରାଜିତାଷଡ଼ଙ୍ଗୀ ଜଗନ୍ନାଥ ନଗର ଠାରେ ପ୍ରଧାନମନ୍ତ୍ରୀ ଜନ ଔଷଧି କେନ୍ଦ୍ର ଉଦଘାଟନ କରିଛନ୍ତି l ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ଏହି ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲା l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ତଥା ବିଧାୟକ ପାର୍ଥୀ ଜଗନ୍ନାଥ ପ୍ରଧାନ,ବିଜେପି ର ବହୁ ଆଗ ଧାଡ଼ିର ସଂଗଠକ, ବିଭାଗୀୟ କତୃପକ୍ଷ […]

You May Like

Pin It on Pinterest