ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିଜେପିକୁ କଡ଼ା ଜବାବ ଦେଲେ ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି…

ପ୍ରମୋଦ ନାଏକ(ଭୁବନେଶ୍ୱର):ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବରେ, ଆଜି ମୁହଁ ଖୋଲିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି ।ସେ କହିଛନ୍ତି କି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ।

ଶ୍ରୀ ମହାନ୍ତି କହିଛନ୍ତି ଯେ ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା, ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ । କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା । ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା ।

ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନ୍‌ଏମ୍‌ଏ)କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ଏନ୍‌ଏମ୍‌ଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହା ପରେ କାମ ଆରମ୍ଭ ହେଲା । ଏଏସ୍‍ଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା ।

ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନ୍‍ଏମ୍‌ଏ ଦ୍ୱାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି । ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍‍ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ ଶ୍ରୀଜିଉଙ୍କୁ ସ୍ପର୍ଶ କରିପାରିବେନି ଭକ୍ତ...

Wed May 25 , 2022
ପୁରୀ, ୨୫/୦୫: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ । ଆସନ୍ତା ମାସ ୧୪ ତାରିଖରେ ରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠତ ହେବ ।ଶ୍ରୀଜିଉଙ୍କୁ ସ୍ପର୍ଶ କରିପାରିବେନି ଭକ୍ତ । ମଙ୍ଗଳାର୍ପଣ, ଡୋର ଲାଗି ଓ ପୁଷ୍ପାଞ୍ଜଳି ପରେ ପହଣ୍ଡି କରାଯିବ । ଭୋର ୪ଟାରୁ ପହଣ୍ଡି ଆରମ୍ଭ ହେବ ଏବଂ ୬ଟାରେ ଶେଷ ହେବ । ସକାଳ ୯ଟା୩୦ରୁ ୧୧ଟା୩୦ ମଧ୍ୟରେ ଜଳ […]

You May Like

Pin It on Pinterest