ମେ’ ୩୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ଲାଗି ରହିବ,ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ମନୋଜ ମହାନ୍ତି(ଭୁବନେଶ୍ବର) :ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ଅନୁଯାଇ, ମେ’ ୩୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ଲାଗି ରହିବ। ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବାର ସମ୍ଭାବନା । ବଜ୍ରପାତର ସମ୍ଭାବନା ଅଧିକ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ତେବେ ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଆହୁରି ବଢ଼ିବ। ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାପରେ ପାଗରେ ସେଭଳି ବଡ଼ଧରଣର ପରିବର୍ତ୍ତନ ହେବ ନାହିଁ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅର୍ଧାଧିକ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,ଗତ ୨୪ଘଣ୍ଟା ମଧ୍ୟରେ ରାୟଗଡ଼ା, କୋରାପୁଟ, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର, ଗଜପତି, ରାୟଗଡ଼ା, ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

୨୦୨୪ ନିର୍ବାଚନ ପାଇଁ ବିଜେପିର'୧୪୪ ଫର୍ମୁଲା' ପ୍ରସ୍ତୁତ- ବଡ ବିଜୟ ହାସଲର ଲକ୍ଷ....

Thu May 26 , 2022
ବାସ୍ତବବ୍ୟୁରୋ:୨୦୨୪ ରେ ହେବାକୁ ଯାଉଛି ଲୋକସଭା ନିର୍ବାଚନ,ଭାରତୀୟ ଜନତା ପାର୍ଟି ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛି। ପ୍ରସ୍ତୁତ କରିଛି ୧୪୪ ଫର୍ମୁଲା |ବିଜେପିର ଲକ୍ଷ ହେଉଛି ୧୪୪ ଲୋକସଭା ଆସନରେ ନିଜର ଉପସ୍ଥିତିକୁ ମଜବୁତ କରିବା ଯେଉଁଠାରେ ୨୦୧୯ ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା | ସଂଗଠନର ସାଧାରଣ ସମ୍ପାଦକ ବି.ଏଲ୍ ସନ୍ତୋଷ ଏହି ଯୋଜନା ଉପରେ ଏକ ଉପସ୍ଥାପନା କରିଛନ୍ତି |ଯେଉଁଥିରେ କେନ୍ଦ୍ର ମନ୍ତ୍ରୀମାନଙ୍କ ପାଇଁ […]

You May Like

Pin It on Pinterest