ରାଜ୍ୟସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ,୩ରେ ଘୋଷଣା ହେବ ବିଜୟୀ ପ୍ରାର୍ଥୀଙ୍କ ନାମ…

ପ୍ରମୋଦ ନାୟକ(ଭୁବନେଶ୍ବର): ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ ।ମଙ୍ଗଳବାର ପୂର୍ବାହ୍ନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦା୍ଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ ବିଶି।
ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ଏହି ପ୍ରାର୍ଥୀମାନେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ କେତେକ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଥିବାରୁ ନାମାଙ୍କପତ୍ର ଦାଖଲ ବେଳେ ଉପସ୍ଥିତ ରହିପାରିନ ଥିଲେ। ହେଲେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ପ୍ରାର୍ଥୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡିଛି ।

ଜୁନ୍ ୧୦ରେ ରାଜ୍ୟର ତିନିଟି ରାଜ୍ୟସଭା ସଭ୍ୟ ପଦବି ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ବିରୋଧୀ ଦଳ କୌଣସି ପ୍ରାର୍ଥୀ ଦେଉନଥିବାରୁ ଶାସକ ଦଳର ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ଜିତିବେ। ସେହିପରି ଜୁନ୍ ୧୩ରେ ଗୋଟିଏ ରାଜ୍ୟସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଜୁନ୍ ୨ତାରିଖ ଥିବା ବେଳେ ଏହି ପଦବି ପାଇଁ ବିରୋଧୀ ବି ପ୍ରାର୍ଥୀ ଦେବେ ନାହିଁ। ତେଣୁ ଜୁନ୍ ୩ରେ ନାମାଙ୍କନପତ୍ର ଯାଞ୍ଚ ପରେ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି...

Tue May 31 , 2022
ଭୁବନେଶ୍ୱର:କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼କୁ ଦୃଷ୍ଟିରେ ରଖି,ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ […]

You May Like

Pin It on Pinterest