
ଭୁବନେଶ୍ୱର:କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼କୁ ଦୃଷ୍ଟିରେ ରଖି,ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।
ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ, ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।