
ଜୟନ୍ତ ଶତପଥୀ(ଡେରାବିଶି):୬।୬- ଆଜି ସକାଳ ୧୦ଟା ସମୟରେ ଏକ ମର୍ମାନ୍ତୁତ ସଡକ ଦୁର୍ଘଟଣାରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ହାଟବାଣପୁର ପୋଲ ନିକଟରେ ଘଟିଛି ଏଭଳି ଦୁର୍ଘଟଣା ।ଏକ ହାଇୱା ଗାଡି ଧକ୍କା ରେ ମୃତ ଛାତ୍ରୀ ସ୍ଥାନୀୟ ବସପୁର୍ ଗ୍ରାମର ସୁବାଷ ଲେଙ୍କାଙ୍କ ଝିଅ ଗୁଡି ବୋଲି ଜଣାପଡିଛି ।
ଖବର ଅନୁଯାଇ, କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବସପୁର୍ ଗ୍ରାମର ନବମ ଶ୍ରେଣୀର ଛାତ୍ରୀ ଗୁଡି ସକାଳ ୧୦ଟାରେ ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ । ହାଇୱା ଧକ୍କା ଦେବାରୁ ଘଟଣାସ୍ଥଳରେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ହାଇୱା ଗାଡ଼ିକୁ ଭଙ୍ଗାରୁଜା କରିବା ସହ ଡ୍ରାଇଭରକୁ ମାଡ଼ ମାରି ତାକୁ ପୁଲିସ ଜିମାରେ ଦେଇଥିଲେ। ଏଣେ ମୃତ ଛାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ଅବରୋଧ କରିଛନ୍ତି।
ଖବର ପାଇ ଏସଡିପିଓ ରାଜୀବଲୋଚନ ପଣ୍ଡା, ମାର୍ଶାଘାଇ ଥାନା ଅଧିକାରୀ ପ୍ରଦୀପ କୁମାର କାନୁନଗୋ ଓ ସଦର ଥାନା ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛନ୍ତି।


