
ଭୁବନେଶ୍ୱର, ୧୯/୦୬: ମୌସୁମୀ ଅଗ୍ରସର ପାଇଁ ବାର୍ତା ଦେଉଛି ପ୍ରାକ-ମୌସୁମୀ ବର୍ଷା ।ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାଇ ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି ।
ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜରେ ଅତି ପ୍ରବଳ ବର୍ଷା ନେଇ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ପ୍ରବଳ ବର୍ଷା ନେଇ ୨୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ୩ ଦିନ ତଳେ ଓଡିଶା ଛୁଇଁଥିବା ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ରହିଛି । ମୌସୁମୀ ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ଛୁଇଁବ ।



