
ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାଇ, ଓଡିଶାରେ ସକ୍ରିୟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅନ୍ୟ କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହି ସମୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟର ୮ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହିତ ସତର୍କ ରହିବାକୁ ମଧ୍ୟ କୁହାଯାଇଛି ।



