ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସତର୍କ ସୂଚନା,୧୪ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି…

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାଇ, ପୂର୍ବ-ପଶ୍ଚିମ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଉତ୍ତର-ପୂର୍ବ ରାଜସ୍ଥାନ, ଉତ୍ତର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ର ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏବଂ ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି ।

ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।। ଏହି ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ,ଏହି ୧୪ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ।

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଂଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଅଶ୍ବିନୀ ବୈଷ୍ଣବ ରେଳମନ୍ତ୍ରୀ ହିସାବରେ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ସାମିଲ ହେବେ...

Wed Jun 29 , 2022
ପ୍ରମୋଦ ନାୟକ(ଭୁବନେଶ୍ବର): କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଦୁଇଦିନିଆ ଗସ୍ତ ଅବସରରେ ରେଳମନ୍ତ୍ରୀ ହିସାବରେ ଶ୍ରୀ ବୈଷ୍ଣବ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ସାମିଲ ହେବା ସହ, ଡଜନେରୁ ଅଧିକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଏକାଧିକ ନୂଆ ପ୍ରକଳ୍ପର ଘୋଷଣା କରିବା ନେଇ ମଧ୍ୟ ଯୋଜନା ରହିଛି। ପାଖାପାଖି ୩ ଘଣ୍ଟା ଧରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ପ୍ରସ୍ତୁତ […]

You May Like

Breaking News

Pin It on Pinterest