
ଉମରକୋଟ ୧୧।୭: ଭିଜିଲାନ୍ସ ହାତରେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ ।୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ । ଗୋଟିଏ ପୁରୁଣା କେସ୍କୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିଲେ । ଟଙ୍କା ନେଇ ଦୌଡି ଚାଲି ଯାଉଥିବା ସମୟରେ ରାତି ୧୨ଟା ସମୟରେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ ।ମିଳିତ ଭାବରେ ନବରଙ୍ଗପୁର ଭିଜିଲାନ୍ସ ବିଭାଗ ନେତୃତ୍ବରେ ମାଲକାନଗିରି ଭିଜିଲାନ୍ସ ବିଭାଗ ଚଢାଉ କରିଥିଲା ।

ଥାନା ନିକଟରେ ନଳିନୀକାନ୍ତ ନାୟକଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଲିମରାଜ ପ୍ରଧାନଙ୍କୁ କାବୁ କରୁଥିବା ସମୟରେ ଭିଜିଲାନ୍ସକୁ ଚକମା ଦେଇ ସେ ଦୌଡ଼ି ଦୌଡ଼ି ଖସିଯିବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ମାଲକାନଗିରି ଭିଜିଲାନ୍ସ ଡିଏସପି ସୁଶାନ୍ତ କୁମାର ବିଶ୍ଵାଳ ତାଙ୍କୁ ଗୋଡେଇବା ସହ କିଛି ସମୟ ଧସ୍ତା ଧସ୍ତି ପରେ କାବୁ କରିବାରେ ସଫଳ ହୋଇଥିଲା । ଏହି ଟିମ୍ରେ ନବରଙ୍ଗପୁର, ମାଲକାନଗିରି ଓ ଜୟପୁର ଭିଜିଲାନ୍ସ ବିଭାଗର ୧୪ ଜଣିଆ ଏକ ଟିମ୍ ସାମିଲ ରହିଥିଲେ । ବର୍ତ୍ତମାନ ମିମରାଜ ପ୍ରଧାନଙ୍କୁ ଗିରଫ କରି ନବରଙ୍ଗପୁର ନିଆଯାଇଛି । କୋର୍ଟ ଚାଲାଣ ପାଇଁ ପ୍ରସ୍ତୁତ ହେଉଛି ।