୧୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି…

ମନୋଜ ମହାନ୍ତି(ଭୁବନେଶ୍ବର)୧୩/୦୭:ଆଜି ମଧ୍ୟ ଗତ କାଲି ପରି ରାଜ୍ୟର ୧୬ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି ।ରାଜ୍ୟରେ ଏବେ ଉଭୟ ଲଘୁଚାପ ଓ ‌ମୌସୁମୀ ଜନିତ ବର୍ଷା ଲାଗି ରହିଛି।( ଗତ କାଲି)ମଙ୍ଗଳବାର ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମା‌ଳ, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ବି‌ଶେଷ କରି ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼‌ରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି । ୧୪ରୁ ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

୧୪ ତାରିଖ ଦିନ ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏଥିସହ ବାଲେଶ୍ବର, ‌ଭଦ୍ରକ, ଖୋର୍ଧା, ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ,ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୫ ତାରିଖ ଅର୍ଥାତ ଶୁକ୍ରବାର ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନୁଗୁଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୬ ତାରିଖ ଦିନ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଆଜି ପାଗ ମେଘୁଆ ରହିବା ସହ,ମଝିରେ ମଝିରେ ବର୍ଷା ମଧ୍ୟ ହେବ । ଆସନ୍ତାକାଲି ମଧ୍ୟ ରାଜଧାନୀର ପାଗ ଏହି ଭଳି ରହିବାର ସମ୍ଭାବନା ରହିଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କଟକରେ କାୟା ବିସ୍ତାରିଛି କରୋନା,କଟକ ଜାତୀୟ ଆଇନ ବିଶ୍ବବିଦ୍ୟାଲୟରେ ୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ...

Wed Jul 13 , 2022
ସଞ୍ଜୟ ଶତପଥୀ(କଟକ) ୧୩।୭:କଟକରେ କାୟା ବିସ୍ତାରିଛି କରୋନା ।କଟକ ମହାନଗର ନିଗମ ପକ୍ଷରୁ ମିଳିଥିବା ସୂଚନା ଅନୁଯାଇ,କଟକ ଜାତୀୟ ଆଇନ ବିଶ୍ବବିଦ୍ୟାଲୟରେ ୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବିଶ୍ବବିଦ୍ୟାଳୟର ୨୩୪ ଜଣ ଛାତ୍ରଛାତ୍ରୀଙ୍କର କୋଭିଡ୍ ଟେଷ୍ଟ ହୋଇଥିବା ବେଳେ,ସେହି ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୮ ଜଣ କଟକ ମହାନଗର ନିଗମ ଅଫିସର କର୍ମଚାରୀ କରୋନା ପଜିଟିଭ ଚିହ୍ନଟ […]

You May Like

Pin It on Pinterest