୩୦ଦିନ ମଧ୍ୟରେ ପେନସନ ଓ ଭବିଷ୍ୟନିଧି ମଞ୍ଜୁରୀ ଆଦେଶ ପତ୍ର ମିଳିବ -ପ୍ରଧାନମହାଲେଖାକାର…

ଭୁବନେଶ୍ୱର: ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ରାଜ୍ୟସ୍ତରୀୟ ପେନସନ ଓ ଭବିଷ୍ୟନିଧି ଅଦାଲତ ଏ. ଜି ସମ୍ମିଳନୀ କକ୍ଷ ଠାରେ ଆଜି ଆୟୋଜିତ ହୋଇଯାଇଅଛି l

ବରିଷ୍ଠ ଉପ -ମହାଲେଖାକାର ଶ୍ରୀରାଜ ଅଶୋକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଦାଲତରେ ପ୍ରଧାନ ମହାଲେଖାକାର ଶ୍ରୀ ଅନନ୍ତ କିଶୋର ବେହେରା ଯୋଗଦେଇ ଏ. ଜି କାର୍ଯ୍ୟାଳୟରେ ପେନସନ ଓ ଭବିଷ୍ୟନିଧି କାଗଜପତ୍ର ପହଞ୍ଚିବାର ୩୦ ଦିନ ମଧ୍ୟରେ ପେନସନ ମଞ୍ଜୁରୀପତ୍ର ତତ୍କାଳ ପେନସନରମାନଙ୍କ ନିକଟକୁ ପଠାଇବାକୁ ନିର୍ଦେଶ ଦିଆ ଯାଇଅଛି ବୋଲି ପ୍ରକାଶ କରିଥିଲେ l

ବହୁ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ କାଗଜ ଜିଲ୍ଲା ସ୍ତରରେ ଥିବା ପେନସନ ମଂଜୁରକର୍ତ୍ତା ମାନଙ୍କ ନିକଟରେ ପଡି ରହିବା ଯୋଗୁଁ ପେନସନ ମଂଜୁର ବିଳମ୍ବିତ ହେଉଥିବାରୁ ଆସନ୍ତା ମାସରୁ ଜିଲ୍ଲାସ୍ତରୀୟ ପେନସନ ଅଦାଲତମାନ ଆୟୋଜନ କରାଯିବା ସହ ସେହିଠାରେ ସେମାନଙ୍କର ମଞ୍ଜୁରୀପତ୍ର ପ୍ରଦାନ କରାଯିବ l ଏହା ପୂର୍ବରୁ ପରୀକ୍ଷା ମୂଳକଭାବେ ମୟୁରଭଞ୍ଜ ଓ ବଲାଙ୍ଗୀର ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଦାଲତରେ ବହୁତ ପେନସନ ଅଭିଯୋଗ ଶୁଣାଣି କରାଯାଇ ସେହିଠାରେ ପେନସନ ମଂଜୁର କରାଯାଇଥିଲା l ଉଭୟ ଜିଲ୍ଲାର ଜିଲ୍ଲା ପ୍ରଶାସନର ସକ୍ରିୟ ସହଯୋଗ ଯୋଗୁଁ ବହୁ ପେନସନର ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ପାଇ ପାରିଥିଲେ l

ଏଥି ପାଇଁ ରାଜ୍ୟସରକାରଙ୍କ ବିଭିନ୍ନ ବିଭାଗ, ଜିଲ୍ଲାସ୍ତରୀୟ ପେନସନ ମଞ୍ଜୁରକର୍ତ୍ତା ଓ ପେନସନରମାନଙ୍କ ସକ୍ରିୟ ସହଯୋଗ ରହିବା ଦରକାର ବୋଲି ମତବ୍ୟକ୍ତ କରିଥିଲେ l ପେନସନ କାଗଜ ପତ୍ର ଅବସରର 6 ମାସ ପୂର୍ବରୁ ଏ. ଜି କାର୍ଯ୍ୟାଳୟକୁ ପଠାଇବାକୁ ନିୟମଥିଲେ ମଧ୍ୟ ଏହି ସମୟ ମଧ୍ୟରେ କେହି ପଠାଉ ନାହାନ୍ତି ଯାହା ଫଳରେ ସରକାରୀଙ୍କ ଅବସର ପୁର୍ବରୁ ସେମାନେ ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ଅବସର ପୁର୍ବରୁ ପାଇ ପାରୁନାହାନ୍ତି l ଏହି ଅଦାଲତରେ ଉପ -ମହାଲେଖାକାର (ପ୍ରଶାସନ ) କିଶୋର ରେଡ୍ଡୀ ପୋଲୁ,ପ୍ରଧାନ ମହାଲେଖାକାରଙ୍କ ସଚିବ ସୁଚିତ୍ରା ଭଟ୍ଟ, ବରିଷ୍ଠ ଲେଖା ଅଧିକାରୀ ମନୋରଞ୍ଜନ ପାଣିଗ୍ରାହୀ, ଚାର ଓରାମ, ଅକ୍ଷୟ ମହାନ୍ତି, ପ୍ରଦୀପ ସେଠୀ ଗୌର ଚନ୍ଦ୍ର ସାହୁ ଅଦାଲତ ପରିଚାଳନାରେ ସହଯୋଗ କରିଥିଲେ l

ଏହି ଅଦାଲତରେ ୮୫ ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କ ଆବେଦନ ଉପରେ ଶୁଣାଣି କରାଯାଇ ପେନସନ ଓ ଭବିଷ୍ୟନିଧି ମଞ୍ଜୁରୀପତ୍ର ପଠାଇବାକୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନ ମହାଲେଖାକାର ନିର୍ଦେଶ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ପୁରୁଷୋତ୍ତମ ବଳ, ସହକାରୀ ଲେଖା ଅଧିକାରୀ କଲ୍ୟାଣ କୁମାର ପଣ୍ଡା, ଶରତ ନାୟକ, ବିଜୟ କୁମାର ନାୟକ, ଚନ୍ଦ୍ର ଶେଖର ବେହେରା ଓ ବବିତା ସେଠୀ ସଂଯୋଜନା କରିଥିଲେ l

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କଂଗ୍ରେସ ନେତା ଶ୍ରୀ ଅଧିର ରଞ୍ଜନ ଚୌଧୁରୀ ଙ୍କ କୁଶ ପୁତ୍ତଳିକା ଦାହ କଲେ କଟକନଗର ଭାଜପା କର୍ମୀ...

Fri Jul 29 , 2022
ସଞ୍ଜୟ ଶତପଥୀ(କଟକ):କଂଗ୍ରେସ ନେତା ଶ୍ରୀ ଅଧିର ରଞ୍ଜନ ଚୌଧୁରୀ ଙ୍କ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୋପଦି ମୁର୍ମୁଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ-ସେ ରାଷ୍ଟ୍ରପତି ନୁହନ୍ତି,ରାଷ୍ଟ୍ରପତ୍ନୀ, ବିରୋଧରେ ୨୮ଜୁଲାଇ ସନ୍ଧ୍ୟା ୫ଘଟିକାରେ କଟକନଗର ଭାଜପା ତରଫରୁ କଲେଜଛକ ସୁବାଷ ବୋଷ ମୂର୍ତ୍ତି ନିକଟରେ ପ୍ରତିବାଦ ସଭା ଓ ତାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। କଟକନଗର ଭାଜପା ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ଏହି ପ୍ରତିବାଦ ସଭାରେ ବକ୍ତାମାନେ କଂଗ୍ରେସ […]

You May Like

Pin It on Pinterest