ଆସନ୍ତା ୫ ତାରିଖରୁ ରାଜ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ମନୋଜ ମହାନ୍ତି(ଭୁବନେଶ୍ୱର):ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି କି, ଆସନ୍ତା ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବଷା ବଢ଼ିବ । ୫ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି, ଏଥି ସହ ଏ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଛି ପାଣିପାଗ ବିଭାଗ । ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।
ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୩ ଜିଲ୍ଲା ଗୁଡିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ।ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଜାଣିବାକୁ ମିଳିଛି ଯେ , ୪ ତାରିଖ ଦିନ ରାଜ୍ୟର ପାଗ ଶୁଖିଲା ରହିବ । ୫ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧ ଜୁନ୍‌ରୁ ୨ ଅଗଷ୍ଟ ଯାଏ ରାଜ୍ୟରେ ସର୍ବମୋଟ ୫୧୬.୩ମିମି ବର୍ଷା ହୋଇଯାଇଛି । ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୫୭୨.୬ମିମି ବର୍ଷା ହୋଇଥାଏ। ଅର୍ଥାତ ଏବେ ରାଜ୍ୟରେ ମୋଟ୍ ୧୦% ନିଅଣ୍ଟ ବର୍ଷା ରେକର୍ଡ ହୋଇଥିଲେ ମଧ୍ୟ ଏହା ସ୍ବାଭାବିକ ପରିସରଭୁକ୍ତ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କୋଣାର୍କ ଓ ତାଜ ମହଲ ସମେତ ଦେଶର ସବୁ ସ୍ମାରକୀ ସ୍ଥଳରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ପ୍ରବେଶ ଶୁଳ୍କ ନିଆଯିବ ନାହିଁ ...

Wed Aug 3 , 2022
ନୂଆଦିଲ୍ଲୀ:କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ,ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଅଧୀନରେ ସଂରକ୍ଷିତ ସମସ୍ତ ସ୍ମାରକରେ ଅଗଷ୍ଟ ୫ରୁ ଅଗଷ୍ଟ ୧୫ ମଧ୍ୟରେ ପ୍ରବେଶ ଶୁଳ୍କ ନିଆଯିବ ନାହିଁ | ଅର୍ଥାତ ଯେ କୌଣସି ବି ବ୍ୟକ୍ତି ଏସବୁ ସ୍ମାରକ ଭିତରକୁ ମାଗଣାରେ ଯାଇପାରିବେ | ଅର୍ଥାତ୍ ଦେଶର ସମସ୍ତ ସଂରକ୍ଷିତ ସ୍ମାରକୀରେ ପ୍ରବେଶ ପାଇଁ କୌଣସି ଶୁଳ୍କ ଦେବାକୁ ପଡିବ ନାହିଁ। ମିଳିଥିବା ସୂଚନା ମୁତାବକ ୭୫ତମ ସ୍ୱାଧୀନତା […]

You May Like

Pin It on Pinterest