ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ପାଇଁ ସରକାର ଆଣିଲେ ଖୁସି ଖବର…

ପ୍ରମୋଦ ନାୟକ(ଭୁବନେଶ୍ବର):ଆମ ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ପାଇଁ ସରକାର ଆଣିଲେ ଖୁସି ଖବର। ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।ଫଳରେ ଏହା ୯ ହଜାର ଟଙ୍କାରୁ ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯିବାସହ,ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।ପୂର୍ବରୁ ଗୃହରକ୍ଷୀମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ବାରା ସେମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ଭାବରେ ମାସିକ ୧୨,୨୮୦ ଟଙ୍କା ମିଳିବ। ଏତଦ୍ ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍ ମିଳିବ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି, ୧୧ ତାରିଖ ଯାଏ ପ୍ରବଳ ବର୍ଷା

Sun Aug 7 , 2022
ଭୁବନେଶ୍ୱର ୦୭।୦୮:ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୧୧ ତାରିଖ ଯାଏ ପ୍ରବଳ ବର୍ଷା । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲେ ଆଞ୍ଚଳିକ ପାଣିପାଗ ବିଭାଗ ।ଏହି ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, […]

You May Like

Pin It on Pinterest