
ଭୁବନେଶ୍ୱର ୦୭।୦୮:ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୧୧ ତାରିଖ ଯାଏ ପ୍ରବଳ ବର୍ଷା । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ।
୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲେ ଆଞ୍ଚଳିକ ପାଣିପାଗ ବିଭାଗ ।ଏହି ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ଗଞ୍ଜାମ, ପୁରୀ ଓ ରାୟଗଡ଼ା ।ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଜଳବନ୍ଦୀ ହୋଇପାରେ ରାସ୍ତା ଧୋଇଯିବା ହେବା ସହ କଚ୍ଚା ଘର ଭାଙ୍ଗି ଯାଇପାରେ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି । କିଛି ସ୍ଥାନରେ ଭୂସ୍ଖଳନର ଆଶଙ୍କା ଥିବା ନେଇ ସତର୍କ କରାଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ୱେଲ ମାର୍କେଡ୍ ବା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ସୋମବାର ଏହା ଓଡ଼ିଶା ଉପକୂଳରେ ପହଞ୍ଚିବା ପୂର୍ବରୁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ହୋଇ ସାରିଥିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସଜୀବୀ ମାନଙ୍କୁ ସମୁଦ୍ରମଧ୍ୟକୁ ଯିବା ବାରଣ କରାଯାଇଛି।