ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି…

ଭୁବନେଶ୍ୱର:ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନା ଅନୁଯାଇ, ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସୂଚନା ଅନୁଯାଇ, ଆସନ୍ତା ୨୩ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ ଅର୍ଥାତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଆଂଚଳିକ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ହାଲୁକା ବର୍ଷା ସହ କାଳବୈଶାଖୀର ସମ୍ଭାବନା ମଧ୍ୟ ରହିଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଅଷ୍ଟ୍ରେଲିଆ ଶିକ୍ଷାମନ୍ତ୍ରୀଙ୍କୁ ଚଳିତବର୍ଷ ଶେଷ ସୁଦ୍ଧା ଭାରତ ଆସିବା ପାଇଁ ନିମନ୍ତ୍ରଣ ଦେଲେ ଧର୍ମେନ୍ଦ୍ର ପ୍ରଧାନ...

Mon Aug 22 , 2022
ବାସ୍ତବବ୍ୟୁରୋ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ଅଷ୍ଟ୍ରେଲିଆ ଦ୍ୱିପାକ୍ଷିକ ବୈଠକରେ ଯୋଗ ଦେଇଛନ୍ତି ଏବଂ ଓ୍ୱେଷ୍ଟର୍ଣ୍ଣ ସିଡନୀ ବିଶ୍ୱବିଦ୍ୟାଳୟ(ଡବ୍ଲୁଏସୟୁ)ରେ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟରଙ୍କ ସହ ଅଷ୍ଟ୍ରେଲିଆ ଭାରତ ଶିକ୍ଷା ପରିଷଦ(ଏଆଇଇସି)ର ଷଷ୍ଠ ବୈଠକର ସହ-ଅଧ୍ୟକ୍ଷତା କରିଛନ୍ତି । ଏହି ଦ୍ୱିପାକ୍ଷିକ ବୈଠକ ବେଳେ ଦୁଇ ମନ୍ତ୍ରୀ ଶିକ୍ଷା, ଦକ୍ଷତା ବିକାଶ, ଗବେଷଣା, ନବସୃଜନ ଏବଂ ଉଦ୍ୟମିତା କ୍ଷେତ୍ରରେ […]

You May Like

Pin It on Pinterest