ଆସନ୍ତା ୭ ତାରିଖରୁ ୯ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା, ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ ….

ଭୁବନେଶ୍ୱର ୦୬।୦୯ :ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାଇ, ଆସନ୍ତା ୭ ତାରିଖରୁ ୯ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ ।

ଆସନ୍ତା କାଲି ଅର୍ଥାତ ୭ ତାରିଖ ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ୭ ଓ ୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେହିପରି ୮ରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୯ରେ ଗଞ୍ଜାମ, ଗଜପତି, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଦର୍ଶ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଜୋରଦାର ଆୟୋଜନ,ଭୁବନେଶ୍ବର ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍ କରିବ ବିଜେଡି...

Tue Sep 6 , 2022
ବାସ୍ତବବ୍ୟୁରୋ(ଭୁବନେଶ୍ୱର) ୦୬।୦୯: ଆଜି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ।ଆଦର୍ଶ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଜୋରଦାର ଆୟୋଜନ ।କ୍ୟାପିଟାଲ ଫାଉଣ୍ଡେସନ୍ ପକ୍ଷରୁ ଲାଇଫଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍ କରିବ ବିଜେଡି । ବିମାନ ବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦେବା ସହିତ ନବୀନ ନିବାସ ପର୍ଯ୍ୟନ୍ତ ବିଶାଳ ରୋଡ୍ ସୋ କରାଯିବ । ରାସ୍ତା ସାରା ଲୋକେ ସମ୍ବର୍ଦ୍ଧନା ଦେବା ପାଇଁ […]

You May Like

Pin It on Pinterest