ଆସନ୍ତା ତିନିଦିନ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୭ରୁ ୧୮ ତାରିଖ ଭିତରେ ଆଉ ଏକ ଲଘୁଚାପ…

ଭୁବନେଶ୍ୱର, ୧୧|୦୯:ଆସନ୍ତା ୨୪ ଘଣ୍ଟା ଭିତରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେବ ।ଏହା ଏବେ ଉତ୍ତର ଆନ୍ଧ୍ର ଉପକୂଳ ଓ ଦକ୍ଷିଣ ଉପକୂଳ ଉପରେ ରହି ଆହୁରି ଘନୀଭୂତ ହେବ । ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାଇ ଆସନ୍ତା ତିନିଦିନ ରାଜ୍ୟର ଦକ୍ଷିଣ,ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ,ଆସନ୍ତା ୧୭ରୁ ୧୮ ତାରିଖ ଭିତରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଏବେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେବ ।ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ୧୧ରେ ଦକ୍ଷିଣ ଓଡିଶା ଓ ୧୨ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।

ଆଜି କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ସୋନପୁର ବରଗଡ ଓ ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୨ରେ ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୧ ମିଲିମିଟର ଯାଏ ବର୍ଷା ହୋଇପାରେ। ୧୩ରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆଜି ପାରଳାଖେମୁଣ୍ଡି, ମାଲକାନଗିରି, ଦାରିଙ୍ଗିବାଡି ଓ ଗୋପାଳପୁରରେ ବର୍ଷା ହୋଇପାରେ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମହାଲେଖାକାର ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ ବିଶ୍ବ ପ୍ରାଥମିକ ଚିକିତ୍ସା ଦିବସ ପାଳିତ....

Sun Sep 11 , 2022
ଭୁବନେଶ୍ୱର: ଦୁର୍ଘଟଣା ଜନିତ ମୃତ୍ୟୁହାର ରୋକିବା ତଥା ଜନ ସଚେତନତା ସୃଷ୍ଟି ପାଇଁ ସାରା ବିଶ୍ୱରେ “ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ” ପାଳିତ ହେଉଅଛି l ଭାରତରେ ବର୍ଷକୁ ପ୍ରାୟ ଦେଢ଼ ଲକ୍ଷ ଓ ଓଡ଼ିଶାରେ ବର୍ଷକୁ ଛଅ ହଜାର ଲୋକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରୁଥିବା ବେଳେ ଦଶ ଲକ୍ଷରୁ ଅଧିକ ଅର୍କମଣ୍ୟ ହେଉଛନ୍ତି l ଏହି ଅବସରରେ ସ୍ଥାନୀୟ ମହାଲେଖାକାର ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ […]

You May Like

Pin It on Pinterest