ଭୁବନେଶ୍ୱର ୧୯।୦୯ : ଧାମନଗର ବିଧାୟକ ବିଷ୍ଣୁଚରଣ ସେଠୀଙ୍କ ପରଲୋକ । ଦୁଃଖ ପ୍ରକାଶ କଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ,ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ଯ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି ।

ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
— Naveen Patnaik (@Naveen_Odisha) September 19, 2022
ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l 🙏
— Governor Odisha (@GovernorOdisha) September 19, 2022
ଧାମନଗର ବିଧାୟକ ତଥା ବିଧାନସଭାର ଉପନେତା ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ବିରୋଧି ଦଳ ଉପନେତା ଭାବରେ ବିଧାନସଭାରେ ବିଭିନ୍ନ ସମସ୍ୟାକୁ ନେଇ ସରକାରଙ୍କୁ ସମାଲୋଚନା କରିବାରେ ତାଙ୍କର ବଳିଷ୍ଟ ଭୂମିକା ଥିଲା । pic.twitter.com/DHNkaSFKzq
— Governor of Andhra Pradesh (@governorap) September 19, 2022
ଏହି ଦୁଃଖଦ ମୁହୁର୍ତ୍ତରେ ମୁଁ ମହାପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ସ୍ୱର୍ଗତ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି ଓ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ।
— Governor of Andhra Pradesh (@governorap) September 19, 2022
ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ଆମ ଦଳର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବଡ଼ ଭାଇ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା । ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି । pic.twitter.com/SWYLslqVWJ
— Dharmendra Pradhan (@dpradhanbjp) September 19, 2022
ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ । ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ।
— Dharmendra Pradhan (@dpradhanbjp) September 19, 2022